Latest Odisha News

BREAKING NEWS

ଆଜି ଓଡ଼ିଶାରୁ କରୋନା ନେଲା ୩୭ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟାରେ ବ୍ରେକ ଲାଗୁନି । ୩୦ରୁ ତଳକୁ ଖସୁନି ଦୈନିକ ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ୩୭ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ୧୫ ଜିଲ୍ଲାରୁ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ଗତ କିଛି ଦିନ ହେବ ଅନୁଗୋଳ ଜିଲ୍ଲାରୁ ଦୈନିକ ଅଧିକ ଆକ୍ରାନ୍ତ ପ୍ରାଣ ହରାଉଛନ୍ତି । ଆଜି ଜିଲ୍ଲାରୁ ସର୍ବାଧିକ ୫ ଜଣଙ୍କର ଜୀବନ ନେଇ କରୋନା ।

କଟକ ଓ କଳାହାଣ୍ଡି ଜିଲ୍ଲାରୁ ୪ ଜଣ ଲେଖାଏ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସେହିପରି ଝାରସୁଗୁଡ଼ା, ଖୋର୍ଦ୍ଧା, ନବରଙ୍ଗପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଆଉ ୩ ଜଣ ଲେଖାଏ ପ୍ରାଣ ହରାଇଛନ୍ତି ।

ସୁବର୍ଣ୍ଣପୁର, ରାୟଗଡ଼ା, କେନ୍ଦ୍ରାପଡ଼ା ଜିଲ୍ଲାରୁ ଦୁଇ ଜଣ ଲେଖାଏ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି । ବଲାଙ୍ଗିର, ଗଜପତି, ଗଞ୍ଜାମ, କୋରାପୁଟ ଜିଲ୍ଲାରୁ ଆଉ ଜଣେ ଲେଖାଏ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୭ଶହ ୯୧କୁ ବୃଦ୍ଧି ପାଇଛି ।

Leave A Reply

Your email address will not be published.