Latest Odisha News

BREAKING NEWS

ରେକର୍ଡ ଭାଙ୍ଗିଲା କରୋନା; ଗୋଟିଏ ଦିନରେ ଓଡିଶାରେ ସର୍ବାଧିକ ୫୬୧ ଆକ୍ରାନ୍ତ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ସର୍ବାଧ୍ଚଳ ୫୬୧ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୮ ହଜାର ୧୦୬ରେ ପହଞ୍ଚିଛି ।

ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ।

ମିଳିଥିବା ସୂଚନାନୁଯାୟୀ ସମସ୍ତ ପଜିଟିଭଙ୍କ ମଧ୍ୟରୁ ୪୨୫ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୧୩୬ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି ।

ଏହାଛଡା ସମସ୍ତଙ୍କ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ଏନଡିଆରଏଫ୍ ଟିମ୍ ରହିଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ପାଖାପାଖି ୧୪୯ ଜଣ ସୁସ୍ଥ ହୋଇଥିବା ବେଳେ ଛନ୍ତି ।

ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୨୫୬୭ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୫୫୦୨ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

Leave A Reply

Your email address will not be published.