ଭୁବନେଶ୍ବର: ଭୁବନେଶ୍ୱରରେ ୬୫୦ କୋଟି ଟଙ୍କା ବ୍ୟୟରେ ପ୍ରତିଷ୍ଠା ହେବ ୨୦୦ ଶଯ୍ୟା ବିଶିଷ୍ଟ କ୍ୟାନସର ହସ୍ପିଟାଲ। ଏଥି ଲାଗି ରାଜ୍ୟ ସରକାର ୪୦ଏକର ଜାଗା ଭିତ୍ତିଭୂମିର ବିକାଶ ଲାଗି ଯୋଗାଇବେ । ଟାଟା ମେମୋରିଆଲ ସେଣ୍ଟର ଓ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସହ ଏନେଇ ଏମଓୟୁ ସ୍ୱାକ୍ଷରିତ ହୋଇଛି । ଏହି ହସ୍ପିଟାଲ ପ୍ରତିଷ୍ଠା ହେବା ଯୋଗୁ ରାଜ୍ୟବାସୀ କ୍ୟାନସରର ଚିକିତ୍ସା ଲାଗି ବାହାର ରାଜ୍ୟକୁ ଯିବାକୁ ପଡିବ ନାହିଁ । ଏଥିରେ ସର୍ଜିକାଲ ଅଙ୍କୋଲୋଜି, ମେଡିକାଲ ଅଙ୍କୋଲୋଜି, ରେଡିଓଲୋଜି, ମାଇକ୍ରୋବାୟୋଲୋଜି, ବାୟୋକେମିଷ୍ଟ୍ରି ଆଦି ବିଭାଗ ରହିବ ।
Glad that @TataMemorial is opening a state-of-the-art Cancer Centre in Odisha. It will be immensely helpful not only to the people of #Odisha but also to the people of entire Eastern India. Thank Hon’ble PM Shri @narendramodi ji, @DAEIndia & Tata Memorial for this noble gesture. pic.twitter.com/GEUgSRJc7f
— Naveen Patnaik (@Naveen_Odisha) September 7, 2022
ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି- ରାଜ୍ୟରେ ଏହି ହସ୍ପିଟାଲ ପ୍ରତିଷ୍ଠା ହେବା ଦ୍ୱାରା କେବଳ ଓଡିଶାବାସୀ ନୁହନ୍ତି ସମଗ୍ର ପୂର୍ବ ଭାରତବାସୀ ଉପକୃତ ହେବେ। ରାଜ୍ୟବାସୀ ବିଶ୍ୱସ୍ତରୀୟ ଚିକିତ୍ସା ସୁବିଧା ପାଇବେ ବୋଲି ଆଶା ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏମଓୟୁରେ ସ୍ୱାକ୍ଷର କରିଥିଲେ ମୁମ୍ବାଇ ଟାଟା ମେମୋରିଆଲ ସେଣ୍ଟରର ନିର୍ଦ୍ଦେଶକ ଡାକ୍ତର ରାଜେନ୍ଦ୍ର ବଦାୱି ଓ ସାଧାରଣ ସ୍ୱାସ୍ଥ୍ୟ ବିଭାଗ ସ୍ୱତନ୍ତ୍ର ସଚିବ ଡାକ୍ତର ଅଜିତ କୁମାର ମହାନ୍ତି। ପ୍ରକଳ୍ପ ଲାଗି ଆଣବିକ ଶକ୍ତି ବିଭାଗ ୪୦୦ କୋଟି ଟଙ୍କା ଓ ଟାଟା ଟ୍ରଷ୍ଟ ୨୫୦ କୋଟି ଟଙ୍କା ଖର୍ଚ୍ଚ କରିବେ।
Comments are closed.