କ୍ରୀଡା ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କୁ କରୋନା

ଭୁବନେଶ୍ୱର: କ୍ରୀଡା ମନ୍ତ୍ରୀ ତୁଷାରକାନ୍ତି ବେହେରା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ଏସମ୍ପର୍କରେ ସେ ଶୁକ୍ରବାର ଦିନ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ”ମୋର କରୋନା ଟେଷ୍ଟ ପଜିଟିଭ ବାହାରିଛି । ଏବେ ମୋର ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଥିବା ବେଳେ ହୋମ୍ ଆଇସୋଲେସନରେ ରହିଛି” ବୋଲି ଉଲ୍ଲେଖ କରିଛନ୍ତି ।

ତେବେ ଗତ ୭ ଦିନ ଭିତରେ ଯେଉଁମାନେ ତାଙ୍କ ସମ୍ପର୍କରେ ଆସିଛନ୍ତି ସେମାନେ ନିଜ ନିଜର କରୋନା ଟେଷ୍ଟ କରାଇ ନିଅନ୍ତୁ ବୋଲି ସେ ଅନୁରୋଧ ମଧ୍ୟ କରିଛନ୍ତି ।

ଉଲ୍ଲେଖଯୋଗ୍ୟ, ପୂର୍ବରୁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ, ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ, ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ ସାହୁ, ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂହ ଏବଂ ପଦ୍ମନାଭ ବେହେରା ପ୍ରମୁଖ କରୋନା ସଂକ୍ରମିତ ହୋଇଛନ୍ତି ।