Latest Odisha News

BREAKING NEWS

ଖୋଲିଲା ହୀରାକୁଦ ଗେଟ୍, ୭ ଜିଲ୍ଲାକୁ ସତର୍କତା ଜାରି

ଭୁବନେଶ୍ବର: ଆଜି ହୀରାକୁଦରୁ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ କରାଯାଇଛି । ପ୍ରଥମ ପର୍ଯ୍ୟାୟରେ ମୋଟ ୭ଟି ଗେଟ୍ ଖୋଲାଯାଇଛି । ହୀରାକୁଦ ଗେଟ୍ ଖୋଲିବା ପରେ ୭ ଜିଲ୍ଲାକୁ ସତର୍କତା ଜାରି କରିଛନ୍ତି ଏସଆରସି । ବନ୍ୟାଜଳ ନିଷ୍କାସନ ହୋଇଥିବାରୁ ଲୋକଙ୍କୁ ସଚେତନ କରାଇବା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହିତ ବନ୍ୟାଜଳ ଛାଡ଼ିଥିବାରୁ ମହାନଦୀକୁ ନଯିବାକୁ ସଚେତନ କରାଇବାକୁ ୭ ଜିଲ୍ଲାପଳଙ୍କୁ ପରାମର୍ଶ ଦେଇଛନ୍ତି ଏସଆରସି । ଏନେଇ ସମ୍ବଲପୁର, ସୋନପୁର, ନୟାଗଡ଼, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କୁ ସତର୍କତା ଜାରି କରାଯାଇଛି ।

ସୂଚନାଯୋଗ୍ୟ, ପ୍ରଥମ ପର୍ଯ୍ୟାୟରେ ହୀରାକୁଦ ଡ୍ୟାମର ୭ଟି ଗେଟ୍ ଖୋଲାଯାଇଛି। ପରମ୍ପରା ଅନୁଯାୟୀ ପୂଜାର୍ଚ୍ଚନା ପରେ ପ୍ରଥମେ ଡ୍ୟାମ୍‌ର ବାମ ପାର୍ଶ୍ୱର ୭ ନମ୍ବର ସ୍ଲୁଇସ ଗେଟ୍ ଖୋଲା ଯାଇଥିଲା। ପରେ ଆଉ ୬ଟି ଗେଟ୍ ଖୋଲା ଯାଇଥିଲା। ଏବେ ବାମ ପାଶ୍ୱର ୫ଟି ଓ ଦକ୍ଷିଣ ପାର୍ଶ୍ୱର ୨ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଛି। ତେବେ ପ୍ରଥମ ପର୍ଯ୍ୟାୟରେ ୭ଟି ଗେଟ୍ ଖୋଲାଯାଇଥିବା ବେଳେ ଆହୁରି ୧୩ଟି ଗେଟ୍ ଦୁଇଟି ପର୍ଯ୍ୟାୟରେ ଖୋଲାଯିବ। ଦିନ ୧୨ଟା ବେଳକୁ ୭ଟି ଓ ଅପରାହ୍ନ ୨ଟା ପରେ ୬ଟି ଗେଟ୍ ଖୋଲାଯିବାକୁ ନିଷ୍ପତ୍ତି ନିଆଯାଇଛି। ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଗେଟ୍ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି ହୀରାକୁଦ ଡ୍ୟାମ୍ କର୍ତ୍ତୃପକ୍ଷ ।

Comments are closed.