ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ SRCଙ୍କ ସମୀକ୍ଷା । ସବୁ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ କରିଛନ୍ତି ସ୍ବତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା । ରାଜ୍ୟର ସମସ୍ତ ଜିଲ୍ଲାପାଳମାନଙ୍କ ସହ ଏସଆରସି କଥା ହୋଇଛନ୍ତି । ଏସଆରସିଙ୍କ କାର୍ଯ୍ୟାଳୟରେ ଭର୍ଚ୍ଚୁଆଲରେ ସବୁ ଜିଲ୍ଲାପାଳ ଯୋଗ ଦେଇଛନ୍ତି । ସବୁ ଜିଲ୍ଲାପାଳଙ୍କୁ ସତର୍କ ଓ ସଚେତନ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ଓଡ୍ରାଫ୍ ଓ ଏନଡିଆରଏଫ୍ ଅଧିକାରୀଙ୍କ ସହ କଥା ହୋଇଛନ୍ତି ଏସଆରସି ।
ସେ କହିଛନ୍ତି, ଜରୁରୀ ପରିସ୍ଥିତିର ସାମ୍ନା ପାଇଁ ଅଫିସରମାନେ ହେଡକ୍ୱାଟର୍ସରେ ରହିବେ। ବିନା ଅନୁମତିରେ କେହି ହେଡକ୍ୱାଟର୍ସ ଛାଡ଼ିବେ ନାହିଁ। ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ୨୫ରୁ ୨୭ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯାଇଛି । ସେହିପରି ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଜିଲ୍ଲାବାସୀଙ୍କୁ ଗଞ୍ଜାମ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି। ବାତ୍ୟାକୁ ନେଇ ସମସ୍ତେ ସତର୍କ ଓ ସଚେତନ ରହିବାକୁ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ନିବେଦନ କରିଛନ୍ତି ।
Comments are closed.