Latest Odisha News

ଦିଲ୍ଲୀରେ ଝଲସିବ ଓଡ଼ିଶା ପ୍ରଜ୍ଞାପନ ମେଢ଼

ଭୁବନେଶ୍ବର: ଦିଲ୍ଲୀରେ ଗଡ଼ିବ ଓଡ଼ିଶାର ପ୍ରଜ୍ଞାପନ ମେଢ଼। ଆସନ୍ତା ସାଧାରଣତନ୍ତ୍ର ଦିବସ ଅବସରରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ପରେଡ୍‌ରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ସ୍ଥାନ ପାଇଛି। ନୂଆଦିଲ୍ଲୀ ଗଣତନ୍ତ୍ର ଦିବସରେ ଓଡ଼ିଶା ପ୍ରଜ୍ଞାପନ ମେଢ଼ ମଡେଲ ମନୋନୀତ ହୋଇଥିବା ସୂଚନା ଦିଆଯାଇଛି। ଏନେଇ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ପ୍ରତିରକ୍ଷା ମନ୍ତ୍ରାଳୟ ପକ୍ଷରୁ ଚିଠି ଲେଖାଯାଇଛି।

୧୬ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମଡ଼େଲ ଚୂଡ଼ାନ୍ତ ନେଇ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରାଳୟ ପକ୍ଷରୁ ମୁଖ୍ୟ ଶାସନ ସଚିବମାନଙ୍କୁ ଚିଠି ଲେଖାଯାଇଛି। ମଡେଲ ମନୋନୀତ ସହ ଏ ସମ୍ପର୍କୀତ ମାର୍ଗଦର୍ଶିକା ଚିଠିରେ ଉଲ୍ଲେଖ କରାଯାଇଛି। ଚଳିତ ବର୍ଷ ଓଡ଼ିଶା ପକ୍ଷରୁ ରଘୁରାଜପୁର ଶିଳ୍ପୀଗ୍ରାମ ଓ ମହିଳା ସଶକ୍ତୀକରଣ ମଡେଲ ପଠାଯାଇଥିଲା।ବିକଶିତ ଭାରତ ପ୍ରସଙ୍ଗକୁ ନେଇ ଓଡ଼ିଶା ପକ୍ଷରୁ ୪ଟି ଡିଜାଇନ ଦିଆଯାଇଥିଲା। ଏଥିରେ ରଘୁରାଜପୁର ଗାଁର ଡିଜାଇନକୁ କେନ୍ଦ୍ର ମୋହର ମାରିଥିବାବେଳେ ଏହି ଅବସରରେସମ୍ବଲପୁରୀ ନୃତ୍ୟ ପରିବେଷଣ ପାଇଁ ଅନୁମତି ମିଳିଛି। ଶିଳ୍ପୀଗ୍ରାମ ରଘୁରାଜପୁରରେ କିପରି ଅନାବଶ୍ୟକ ସାମଗ୍ରୀରୁ ବିଭିନ୍ନ କଳାକୃତି ପ୍ରସ୍ତୁତ କରି ଶିଳ୍ପୀ ପରିଚିତ ହୋଇଛନ୍ତି ଏବଂ ରଘୁରାଜପୁର କିଭଳି ବିକଶିତ, ସାରା ବିଶ୍ବରେ କଳା ପାଇଁ ଆଦୃତ ହୋଇପାରିଛି ତାହା ଏଥିରେ ଦର୍ଶାଯାଇଛି। ବି‌େ‌ଶଷକରି ନାରୀ ଶକ୍ତି ଏଠାରେ ଅଧିକ ସକ୍ରିୟ ରହି କିପରି ବିଭିନ୍ନ କଳା ସାମଗ୍ରୀ ପ୍ରସ୍ତୁତ କରୁଛନ୍ତି ତାହା ମଧ୍ୟ ଏଥିରେ ସ୍ଥାନ ପାଇବ।ସାରା ବିଶ୍ବ ଦେଖିବ ଓଡ଼ିଶା କଳା-ସଂସ୍କୃତିର ଝଲକ ଓ ମହାନ ପରମ୍ପରା, ଐତିହ୍ୟ।

ବିଶିଷ୍ଟ ଶିଳ୍ପୀ ଗଜେନ୍ଦ୍ର ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଏହାକୁ ପ୍ରସ୍ତୁତ କରିବେ ଶିଳ୍ପୀ କୀର୍ତ୍ତିକିଶୋର ମହାରଣା। ଓଡ଼ିଶା ସୂଚନା ଓ ଲୋକସମ୍ପର୍କ ବିଭାଗ ତତ୍ତ୍ବାବଧାନରେ ପ୍ରଜ୍ଞାପନ ମେଢ କାର୍ଯ୍ୟ ତ୍ବରାନ୍ବିତ ହେଉଛିା ମେଢ଼ର ସମ୍ମୁଖ ଭାଗରେ କନ୍ଦର୍ପ ହାତୀର ପ୍ରତିକୃତି ରହିବା ସହିତ ପଛଭାଗରେ ରଘୁରାଜପୁର ଗାଁରେ କିଭଳି ନାରୀଶକ୍ତି କଳା ସାମଗ୍ରୀ ପ୍ରସ୍ତୁତ କରୁଛନ୍ତି ତାହା ସ୍ଥାନ ପାଇବ। ମେଢ଼ ସହିତ ସମ୍ବଲପୁରୀ ନୃତ୍ୟ-ସଙ୍ଗୀତ ରହିବ। ଲଗାତାର ୩ ବର୍ଷ ଧରି ନିରାଶାର ସମ୍ମୁଖୀନ ହେବା ପରେ ଶେଷରେ ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସ ପରେଡ୍ ରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ସମ୍ମାନଜନକ କର୍ତ୍ତବ୍ୟ ପଥରେ ପ୍ରଦର୍ଶିତ ହେବ।

 

Comments are closed.