Latest Odisha News

BREAKING NEWS

ରାଜ୍ୟରେ ପୁଣି ଉପରମୁହାଁ ​‌ପାରଦ, ୫ ଡିଗ୍ରୀ ବଢ଼ିବ ତାତି

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ପୁଣି ବଢ଼ିବ ତାତି। ସ୍ବାଭାବିକଠାରୁ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିପାରେ ପାରଦ। ପ୍ରବଳ ଖରା ସହ ଗୁଳୁଗୁଳି ହେବା ନେଇ ଅନୁମାନ କରିଛି ପାଣିପାଗ ବିଭାଗ। ଆସନ୍ତା ୩ ଦିନରେ ଦିନ ତାପମାତ୍ରା ୫ ଡିଗ୍ରୀ ବଢ଼ିଯିବ।

କାଳବୈଶାଖୀ ପ୍ରଭାବ ଯୋଗୁ ରାଜ୍ୟର ବହୁ ସ୍ଥାନରେ ବର୍ଷା ହେଉଥିଲା। ଏଥିପାଇଁ ଖରାରୁ ଆଶ୍ୱସ୍ତି ମିଳୁଥିଲା। ଏବେ କାଳବୈଶାଖୀ ପ୍ରଭାବ କମିବା ପରେ ତାତି ବଢ଼ିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଆସନ୍ତା ତିନି ଦିନରେ ଦିନ ତାପମାତ୍ରା କ୍ରମଶଃ ୩ରୁ ୫ ଡିଗ୍ରୀ ବଢ଼ିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ସେହିଭଳି ରାତି ତାପମାତ୍ରା ବି ୨ରୁ ୪ ଡିଗ୍ରୀ ବଢ଼ିପାରେ। ରାଜଧାନୀ ଭୁବନେଶ୍ୱର, କଟକ, ବଲାଙ୍ଗୀରରେ ବର୍ଷା ହୋଇଛି। ସୋମବାର ମାଲକାନଗିରିରେ ଦିନ ତାପମାତ୍ରା ସର୍ବାଧିକ ୩୬.୮ ଡିଗ୍ରୀ ଥିଲା।

Comments are closed.