Latest Odisha News

BREAKING NEWS

୨୧ ଯାଏ ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ବର୍ଷା, ୧୯ ଯାଏ ଅସହ୍ୟ ଗ୍ରୀଷ୍ମ ପ୍ରବାହ

ଭୁବନେଶ୍ୱର: ଆସନ୍ତା ୫ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଲାଗି ରହିବ ଘଡ଼ଘଡ଼ି ବର୍ଷା । ୧୯ ତାରିଖ ପରେ ଆହୁରି ଖସିବ ପାରଦ । ଭାରତୀୟ ପାଣିପାଗ ବିଭାଗର ଆକଳନ ଅନୁସାରେ, ରାଜ୍ୟରେ ୧୯ ତାରିଖ ଯାଏ ଅସହ୍ୟ ଗ୍ରୀଷ୍ମ ପ୍ରବାହ ହେବ ।

ସେପଟେ ଆଞ୍ଚଳିକ ପାଣିପାଗ ବିଭାଗର ଆକଳନ ଅନୁସାରେ, ରାଜ୍ୟର ବିଭିନ୍ନ ଜିଲ୍ଲାରେ ୨୨ ତାରିଖ ସକାଳ ଯାଏ ଘଡ଼ଘଡ଼ି ବର୍ଷା ହେବ । ଆସନ୍ତା ୨ରୁ ୩ ଦିନ ଯାଏ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ତା ପରେ ପାରଦ ୨ରୁ ୩ ଡିଗ୍ରୀ ଯାଏ ଖସିବ । ତଥାପି ଦିନର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ଏବଂ ତା’ଠୁ ଉପରେ ରହିବ ।

ଆଗାମୀ ୨୪ ଘଣ୍ଟାରେ କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ ଜିଲ୍ଲାରେ ଘଡ଼ଘଡ଼ି ବର୍ଷା ଏବଂ ଗଞ୍ଜାମ, ପୁରୀ, ଜଗତସିଂହପୁର ଓ ସମ୍ବଲପୁର ଜିଲ୍ଲାକୁ ହିଟ୍ ୱେଭ୍ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଦେଇଛି ।

ସେହିଭଳି ୧୮ ତାରିଖରେ ଘଡ଼ଘଡ଼ି ବର୍ଷା ନେଇ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ ଜିଲ୍ଲାକୁ ଆଲର୍ଟ କରାଯାଇଥିବା ବେଳେ ହିଟୱେଭ୍ ନେଇ ଗଞ୍ଜାମ, ପୁରୀ, ଜଗତସିଂହପୁର ଓ ସମ୍ବଲପୁର ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ ।

୧୯ ତାରିଖରେ ଘଡ଼ଘଡ଼ି ବର୍ଷା ନେଇ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ୨୦ ତାରିଖରେ ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି ।

୨୧ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ଥିବାବେଳେ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Leave A Reply

Your email address will not be published.