Latest Odisha News

BREAKING NEWS

୨୩ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା

ଭୁବନେଶ୍ୱର: ଆଉ ୪ ଦିନ ଭିଜିବ ଓଡ଼ିଶା । ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ କାଳବୈଶାଖୀ ବର୍ଷା ଲାଗି ରହିଥିବା ବେଳେ ଗ୍ରୀଷ୍ମ ପ୍ରବାହରୁ ଆଶ୍ୱସ୍ତି ମିଳିଛି । ଏବେ ପୂର୍ବ ରାଜସ୍ଥାନ ଏବଂ ସଂଲଗ୍ନ ପଶ୍ଚିମ ମଧ୍ୟପ୍ରଦେଶରୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଦେଇ ଉତ୍ତର ଛତିଶଗଡ଼, ଝାଡ଼ଖଣ୍ଡ ଓ ଗାଙ୍ଗେଟିକ୍ ପଶ୍ଚିମ ବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସମୁଦ୍ର ଠାରୁ ୦.୯ କିମି ଉପରେ ରହିଛି ।

ପ୍ରଭାବରେ ଆସନ୍ତାକାଲି ସକାଳ ୮ଟା ଯାଏ କାଳବୈଶାଖୀ ନେଇ ପାଣିପାଗ ବିଭାଗ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଯାଜପୁର, ଭଦ୍ରକ, ବାଲେଶ୍ୱର, ଗଜପତି, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଝଟକା ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ରହିପାରେ ।

ସେହିଭଳି ୨୦ ତାରିଖରେ କାଳବୈଶାଖୀ ନେଇ ପାଣିପାଗ ବିଭାଗ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ରହିଛି । ୨୧ ତାରିଖରୁ ୨୩ ତାରିଖ ଯାଏ ବିଭିନ୍ନ ଜିଲ୍ଲାରେ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ଆଗାମୀ ୨ରୁ ୩ ଦିନ ମଧ୍ୟରେ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ଏହା ପରେ ପାରଦ ଧିରେ ଧିରେ ୨ରୁ ୪ ଡିଗ୍ରୀ ବୃଦ୍ଧି ପାଇବ ।

Leave A Reply

Your email address will not be published.