Latest Odisha News

BREAKING NEWS

୩୦ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆଗାମୀ ୫ ଦିନ ଯାଏ ମୌସୁମୀ ବର୍ଷାରେ ଭିଜିବ ଓଡ଼ିଶା । ୩୦ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିବା ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳ ବର୍ଷା ସହ କିଛି ଜିଲ୍ଲାରେ ବଜ୍ରପାତ ଓ ଘଡ଼ଘଡ଼ି ଆଶଙ୍କା ରହିଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ମୌସୁମୀ ବର୍ଷା ଆହୁରି ସକ୍ରିୟ ହେବାର ସମ୍ଭାବନା ରହିଛି ।

ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, ବଲାଙ୍ଗିର, ନବରଙ୍ଗପୁର, କଳାହାଣ୍ଡି, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣଂ ଜାରି ହୋଇଛି । ସେହିଭଳି ବଜ୍ରପତା ଓ ଘଡ଼ଘଡ଼ି ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ. କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ସୋନପୁର ଓ ବଲାଙ୍ଗିରକୁ ସତର୍କ କରାଯାଇଛି ।

୨୬ ତାରିଖରେ ପ୍ରବଳ ବର୍ଷା ନେଇ ବରଗଡ଼, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ସେହିଭଳି ବଜ୍ରପାତ ଓ ଘଡ଼ଘଡ଼ି ନେଇ ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନୟାଗଡ଼, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜକୁ ୟେଲୋ ଆର୍ଲଟ ଜାରି ହୋଇଛି ।

Leave A Reply

Your email address will not be published.