Latest Odisha News

BREAKING NEWS

SC/ST ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର: ଏଣିକି ଉଚ୍ଚଶିକ୍ଷାର ସବୁ ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର

ଭୁବନେଶ୍ୱର: SC\ST ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ସବୁ ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର । ମାଗଣାରେ ମେଡିକାଲ ଓ ଇଞ୍ଜିନିୟରିଂ ପଢିପାରିବେ SC\ST ଛାତ୍ରଛାତ୍ରୀ । ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନାରେ ସମସ୍ତ ଟଙ୍କା ଖର୍ଚ୍ଚ ହେବ । ଏହି ଯୋଜନା ମେଧାବୀ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିବ । ଏହା ଦ୍ୱାରା ସରକାରୀ ସ୍କୁଲରେ ପଢୁଥିବା ଓଡ଼ିଆ ମାଧ୍ୟମ ଛାତ୍ରଛାତ୍ରୀ ଉପକୃତ ହେବେ । ଏହାଦ୍ବାରା ସବୁ ବର୍ଗର ଛାତ୍ରଛାତ୍ରୀଙ୍କୁ ଉନ୍ନତମାନର ଶିକ୍ଷା ମିଳିବ । ଏନେଇ ରାଜ୍ୟର ସବୁ ଜିଲ୍ଲାପାଳଙ୍କୁ ସୂଚନା ଦିଆଯାଇଛି ।

BjdElectrycity

ସୂଚନା ଅନୁସାରେ, ଉଚ୍ଚଶିକ୍ଷା କୋର୍ସ ଫି’ରେ ନାମଲେଖା ଦେୟ, ସିଟ୍ ଗ୍ରହଣ ଦେୟ, ପ୍ରାରମ୍ଭିକ ଜମା, ବାର୍ଷିକ ପାଠ୍ୟକ୍ରମ ଫି’,ଟ୍ୟୁସନ ଫି, ହଷ୍ଟେଲ ନାମଲେଖା ଦେୟ ଓ ବାର୍ଷିକ ହଷ୍ଟେଲ ଚାର୍ଜ ସମେତ ପାଠପଢ଼ା ପାଇଁ ଅନ୍ୟାନ୍ୟ ଆନୁସଙ୍ଗିକ ଖର୍ଚ୍ଚ ଯଥା ବହି, କୋଚିଂ ସାମଗ୍ରୀ, ଟ୍ୟୁଟେରିଆଲ ଖର୍ଚ୍ଚକୁ ରାଜ୍ୟ ସରକାର ବହନ କରିବେ । ରାଜ୍ୟ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗର ସଚିବ ରୂପାରୋଶନ ସାହୁ ଏନେଇ ଗତକାଲି ସମସ୍ତ ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ‘ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା’ରେ ଉଚ୍ଚଶିକ୍ଷା ଗ୍ରହଣ କରୁଥିବା ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଛାତ୍ରଛାତ୍ରୀମାନଙ୍କୁ ରାଜ୍ୟ ବଜେଟରୁ ଆର୍ଥିକ ସହାୟତା ପ୍ରଦାନ କରାଯାଉଛି । ଏହି ଯୋଜନାରେ ସରକାରୀ କଲେଜଗୁଡ଼ିକରେ ଏମବିବିଏସ୍ ଓ ଇଞ୍ଜିନିୟରିଂ ପଢ଼ୁଥିବା ଯୋଗ୍ୟ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ପାଇଁ ପାଠ୍ୟକ୍ରମ ଅବଧିର ସମ୍ପୂର୍ଣ୍ଣ କୋର୍ସ ଫି’ ଏଣିକି ରାଜ୍ୟ ସରକାର ବହନ କରିବେ । ୨୦୨୩-୨୪ ଶିକ୍ଷା ବର୍ଷରୁ ଏହି ଯୋଜନା କାର୍ଯ୍ୟକାରୀ ହେବାକୁ ଯାଉଛି ।

Leave A Reply

Your email address will not be published.