Latest Odisha News

ଓପିଏଚଡବ୍ଲ୍ୟୁସି ଡିଜିଏମଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବ୍ରହ୍ମପୁର: ଭିଜିଲାନ୍ସ ଜାଲରେ ଓପିଏଚଡବ୍ଲ୍ୟୁସି (ଓଡ଼ିଶା ଷ୍ଟେଟ ପୁଲିସ ହାଉସିଂ ଆଣ୍ଡ ଓ୍ବେଲଫେୟାର କର୍ପୋରେସନ) ବ୍ରହ୍ମପୁର ଡିଭିଜନ୍‌ର ଡିସିଏମ। ଡିଜିଏମ୍(ଡେପୁଟି ଜେନେରାଲ ମ୍ୟାନେଜର) ସୁବାଷ ଚନ୍ଦ୍ର ପଣ୍ଡାଙ୍କ ଘରେ ଚାଲିଛି ଭିଜିଲାନ୍ସ ରେଡ୍‌। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍।

ଭୁବନେଶ୍ଵର ଏବଂ ବ୍ରହ୍ମପୁର ସମେତ ୪ଟି ସ୍ଥାନରେ ଭିଜିଲାନ୍ସର ଏକାଧିକ ଟିମ ଏକକାଳୀନ ଚଢ଼ାଉ କରୁଛନ୍ତି। ଭୁବନେଶ୍ଵରସ୍ଥିତ ତାଙ୍କ ବାସଭବନ ଏବଂ ପୈତୃକ ଘରେ ଚଢ଼ାଉ କରାଯାଉଛି। ସୁବାଷଙ୍କ ଭୁବନେଶ୍ୱର ଆଇଗିଣିଆରେ ଥିବା ଘର , ମଞ୍ଚେଶ୍ୱର ଥିବା ଘର, ବ୍ରହ୍ମପୁର ଖାରବେଳ ନଗରରେ ଥିବା ଭଡ଼ା ଘର ଓ ବ୍ରହ୍ମପୁର ଅଫିସରେ ଚଢ଼ାଉ କରିଛି ଭିଜିଲାନ୍ସ।

ସୁବାଷ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ସକାଳୁ ତାଙ୍କ ଘରେ ଚଢ଼ାଉ କରିଛି। ଏହି ଚଢ଼ାଉରେ ୫ ଜଣ ଡିଏପି, ୭ ଜଣ ଇନ୍ସପେକ୍ଟର ଓ ଅନ୍ୟ ଭିଜିଲାନ୍ସ କର୍ମକାରୀ ସାମିଲ ହୋଇଛନ୍ତି।

 

Comments are closed.