ସମ୍ବଲପୁର: ଭିଜିଲାନ୍ସ ଜାଲରେ ହୀରାକୁଦ ବନ୍ୟପ୍ରାଣୀ ଏସିଏଫ୍ ରେବତୀ ରମଣ ଯୋଶୀ। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଏସିଏଫ୍ ଶ୍ରୀ ଯୋଶୀଙ୍କ ବାସଭବନ ସମେତ ୯ଟି ସ୍ଥାନରେ ଚଢ଼ାଉ କରୁଛି ଭିଜିଲାନ୍ସ । ଚଢ଼ାଉରେ ୩ଟି ଡିଏସପି, ୧୦ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀ ନିୟୋଜିତ ଅଛନ୍ତି l
ରମଣ ଯୋଶୀଙ୍କ ସମ୍ବଲପୁର ଅଫିସ୍, କ୍ୱାର୍ଟର୍ସ, ତିନି ମହଲା ଘରେ ଚଢ଼ାଉ ଚାଲିଛି l ଏଥିସହ ସମ୍ବଲପୁରରେ ଥିବା ୪ଟି ଫ୍ଲାଟ, ତାଙ୍କର ବ୍ୟବସାୟିକ କୋଠା ଓ ବରଗଡ଼ରେ ଥିବା ଘରେ ଚଢ଼ାଉ ଜାରି ରହିଛି l ଆୟ ବର୍ହିଭୂତ ସମ୍ପତି ଠୁଳ କରିଥିବା ଅଭିଯୋଗରେ ଭିଜିଲାନ୍ସ ତଦନ୍ତ କରି ଏହି ଚଢ଼ାଉ କରିଛି l ଏନେଇ ଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି।
Comments are closed.