Latest Odisha News

BREAKING NEWS

ଭିଜିଲାନ୍ସ ଜାଲରେ ପୂର୍ବତନ ତହସିଲଦାର, ୪ଟି ସ୍ଥାନରେ ଚାଲିଛି ରେଡ୍

ଗଞ୍ଜାମ: ଭିଜିଲାନ୍ସ ଜାଲରେ ପୂର୍ବତନ ତହସିଲଦାର । ଗଞ୍ଜାମ ଜିଲ୍ଲା ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅଧିକାରୀ ସଂଗ୍ରାମ କେଶରୀ ଜେନାଙ୍କ ଘରେ ଭିଜିଲାନ୍ସ ରେଡ୍‌ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ବାଲୁଗାଁ, ଟାଙ୍ଗୀ ଓ ବାଣପୁର ସମେତ ୪ଟି ସ୍ଥାନରେ ଚଢ଼ାଉ  । ପୂର୍ବରୁ ବୁଗୁଡ଼ା ତହସିଲଦାର ଥିଲେ ସଂଗ୍ରାମ କେଶରୀ ଜେନା ।

ସୂଚନା ଅନୁସାରେ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅଧିକାରୀ ସଂଗ୍ରାମ କେଶରୀ ଜେନାଙ୍କ ଘରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ସକାଳୁ ରେଡ କରିଛି ଭିଜିଲାନ୍ସ। ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ ଜଜଙ୍କ ୱାରେଣ୍ଟ ଆଧାରରେ ଏକକାଳୀନ ଚାରିଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ । ଚଢ଼ାଉରେ ସାମିଲ ଅଛନ୍ତି ଭିଜିଲାନ୍ସର ୩ ଡ଼ିଏସପି, ୧୦ ଇନ୍ସପେକ୍ଟର ଓ ଅନ୍ୟ କର୍ମଚାରୀ । ବାଲୁଗାଁ ଜେନା କଲୋନୀରେ ଥିବା ତିନି ମହଲା ଘର, ଟାଙ୍ଗୀ ହରିପୁରରେ ଥିବା ଘର , ଖୋର୍ଦ୍ଧା ବାଣପୁରରେ ଥିବା ତିନୋଟି ପ୍ଲଟ ସହିତ ବାଲୁଗାଁ ଚୁଡା ମିଲ ନିକଟରେ ଥିବା ସମ୍ପର୍କୀୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି।

Leave A Reply

Your email address will not be published.