Latest Odisha News

BREAKING NEWS

ହଷ୍ଟେଲ ନିର୍ମାଣରେ ସରକାରୀ ଅର୍ଥ ଆତ୍ମସାତ ମାମଲା, ହିନ୍ଦୁସ୍ତାନ ଷ୍ଟିଲ୍ କନଷ୍ଟ୍ରକସନରେ ଭିଜିଲାନ୍ସ ଚଢାଉ

ଭୁବନେଶ୍ଵର: ହିନ୍ଦୁସ୍ତାନ ଷ୍ଟିଲ୍ କନଷ୍ଟ୍ରକସନ ୱାର୍କସ୍ ଲିମିଟେଡର ଅଧିକାରୀଙ୍କ କାର୍ଯ୍ୟାଳୟ ତଥା ବାସଭବନରେ ଭିଜିଲାନ୍ସ ରେଡ୍ । ଅନୁସୂଚିତ ଜାତି ଛାତ୍ରାବାସ ନିର୍ମାଣରେ ବ୍ୟାପକ ଅନିୟମିତତା କରି ଟଙ୍କା ଆତ୍ମସାତ କରିଥିବା ଅଭିଯୋଗରେ ଭୁବନେଶ୍ଵର ନୟାପଲ୍ଲୀ ସ୍ଥିତ ଏନ୍୧/୧୫୭ରେ ଚଢାଉ କରିଛି ଭିଜିଲାନ୍ସ ଟିମ୍ । ବଲାଙ୍ଗୀର ଭିଜିଲାନ୍ସ ସ୍ପେଶାଲ ଜଜ୍‌ଙ୍କ ନିର୍ଦ୍ଦେଶରେ କମ୍ପାନୀ କର୍ମଚାରୀଙ୍କ ଘର ଓ ଅଫିସରେ ଭିଜିଲାନ୍ସ ରେଡ୍ ଚାଲିଛି । ପୂର୍ବରୁ ଏହି ମାମଲାରେ ସ୍ପେଶାଲ କ୍ଲାସ୍ କଣ୍ଟ୍ରାକ୍ଟର ବିଜୟ କୁମାର ଅଗ୍ରୱାଲ୍ ଓ ତାଙ୍କ ପାୱାର ଅଫ୍ ଆଟର୍ଣ୍ଣି ହୋଲ୍ଡର ଦୀପକ କୁମାର ଅଗ୍ରୱାଲଙ୍କୁ ଗିରଫ କରିଛି ଭିଜିଲାନ୍ସ ।

ସୂଚନା ଅନୁସାରେ, ସୋନପୁର ଜିଲ୍ଲାରେ ଅନୁସୂଚିତ ଜାତିର ଛାତ୍ରଙ୍କ ପାଇଁ ୪ଟି ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରାବାସ ନିର୍ମାଣ ପାଇଁ ଆସିଥିବା ଅର୍ଥ ଆତ୍ମସାତ ହୋଇଥିବା ଅଭିଯୋଗ ହୋଇଥିଲା । ଏହି ମାମଲାରେ ପୂର୍ବରୁ ସ୍ପେଶାଲ କ୍ଲାସ୍ କଣ୍ଟ୍ରାକ୍ଟର ବିଜୟ କୁମାର ଅଗ୍ରୱାଲ୍ ଓ ତାଙ୍କ ପାୱାର ଅଫ୍ ଆଟର୍ଣ୍ଣି ହୋଲ୍ଡର ଦୀପକ କୁମାର ଅଗ୍ରୱାଲଙ୍କୁ ଗିରଫ କରିଥିଲା ଭିଜିଲାନ୍ସ । ତେବେ ଭିଜିଲାନ୍ସ ତଦନ୍ତ ଆରମ୍ଭ ପରେ ବିଜୟ ଓ ଦୀପକ ବଲାଙ୍ଗୀର ବାସଭବନରୁ ଫେରାର ହୋଇଯାଇଥିଲେ । ପରେ ରାଉରକେଲାରୁ ଉଭୟଙ୍କୁ ଭିଜିଲାନ୍ସ ଗିରଫ କରିଥିଲା ।

ଏହାକୁ ମଧ୍ୟ ପଢନ୍ତୁ

ଅନୁସୂଚିତ ଜାତି ଛାତ୍ରନିବାସ ନିର୍ମାଣରେ ବ୍ୟାପକ ଅନିୟମିତତା କରି ଟଙ୍କା ହଡ଼ପ କରିଥିବା ଠିକା ସଂସ୍ଥା ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ସୁବର୍ଣ୍ଣପୁର ଜିଲ୍ଲାପାଳ ବିମଳେନ୍ଦୁ ରାୟ ଗତ ୫ ତାରିଖ ଦିନ ସମ୍ବଲପୁର ଭିଜିଲାନ୍ସ ଏସପିଙ୍କୁ ପତ୍ର ଲେଖିଥିଲେ । ଏନେଇ ଭିଜିଲାନ୍ସ ବିଭାଗ ପକ୍ଷରୁ ଉକ୍ତ ଘଟଣାର ତଦନ୍ତ ଆରମ୍ଭ ହୋଇଥିଲା । ସୋନପୁର ଭିଜିଲାନ୍ସ ଟିମ ଏବଂ କଟକ ଭିଜିଲାନ୍ସ ବିଭାଗର ବୈଷୟିକ ଟିମ୍ ଏହାର ତଦନ୍ତ ଆରମ୍ଭ କରିଥିଲେ । ସେମାନେ ମକୁନ୍ଦପୁର ଗ୍ରାମକୁ ଯାଇ ଛାତ୍ରୀନିବାସ ଅନୁଧ୍ୟାନ କରିବା ସହ ପ୍ରଧାନଶିକ୍ଷକଙ୍କୁ ପଚରାଉଚରା କରିଥିଲେ । ଭୁବନେଶ୍ବର ଆଇଆର୍‌ସି ଭିଲେଜର ପ୍ଲଟ ନଂ. ୧/୨୦୭ରେ ଥିବା ମେସର୍ସ ହିନ୍ଦୁସ୍ତାନ ଷ୍ଟିଲୱାର୍କ୍ସ କନ୍‌ଷ୍ଟ୍ରକସନ ଲିଃ.(ଏଚ୍‌ଏସ୍‌ସିଏଲ୍‌) ନାମକ ଠିକାସଂସ୍ଥା କେବିକେ ଜିଲ୍ଲା ପାଇଁ ୨୦୧୭-୧୮ରେ ସ୍ବତନ୍ତ୍ର ଆର୍‌ଏଲ୍‌ଟିଏପି ଯୋଜନାରେ ମକୁନ୍ଦପୁର ଆଶ୍ରମ ସ୍କୁଲର ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀନିବାସ ନିର୍ମାଣ କରିଥିଲା ।

Leave A Reply

Your email address will not be published.