Latest Odisha News

ଭିଜିଲାନ୍ସ ଜାଲରେ ଆଠଗଡ଼ ବିଡିଓ, ୮ଟି ସ୍ଥାନରେ ଚାଲିଛି ରେଡ୍

କଟକ: ଭିଜିଲାନ୍ସ ଜାଲରେ କଟକ ଆଠଗଡ଼ ବିଡିଓ। ଏକକାନୀଳ ୮ଟି ସ୍ଥାନରେ ଚାଲିଛି ରେଡ୍। ଆଠଗଡ଼ ବିଡିଓ ପ୍ରଦୀପ କୁମାର ସାହୁଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍‌ ଚାଲିଛି।

ଭୁବନେଶ୍ବର, ଖୋର୍ଦ୍ଧା, ନୟାଗଡ଼ ଓ ଆଠଗଡ଼ ସମେତ ଏକକାଳୀନ ୮ଟି ସ୍ଥାନରେ ରେଡ୍‌ କରିଛି ଭିଜିଲାନ୍ସ ଟିମ୍‌ । ଭୁବନେଶ୍ୱର ଭିଜିଲାନ୍ସ ଡିଭିଜନ ପକ୍ଷରୁ ଭୁବନେଶ୍ୱର ଗୌତମନଗରସ୍ଥିତ ଶ୍ରୀ ଏନକ୍ଲେଭ୍ ଆପାର୍ଟମେଣ୍ଟ ଦ୍ୱିତୀୟ ମହଲାରେ ଥିବା ଘର, ଖୋର୍ଦ୍ଧା ଭଲିଆବାଡ଼ିରେ ଥିବା ବିଲ୍ଡିଂ, ରାଜସୁନାଖଳାରେ ଥିବା ୩ ମହଲା କୋଠା,ରାଜ ସୁନାଖଳାରେ ଥିବା ପୈତୃକ ଘର, ଖୋର୍ଦ୍ଧା ପିଚୁକୁଳିରେ ଥିବା ସମ୍ପର୍କୀୟଙ୍କ ଘର, ଆଠଗଡ଼ରେ ଥିବା ଅଫିସ ଓ କ୍ୱାର୍ଟସରେ ରେଡ୍ କରାଯାଇଛି।

ଏହି ଚଢ଼ାଉରେ ୬ ଜଣ ଡ଼ିଏସପି, ୬ ଜଣ ଇନ୍ସପେକ୍ଟର, ୧୦ ଜଣ ଏଏସଆଇ ଓ ଅନ୍ୟ ଷ୍ଟାଫ ସାମିଲ ହୋଇଛନ୍ତି। ପ୍ରଦୀପ କୁମାର ସାହୁ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଭିଜିଲାନ୍ସ ନିକଟରେ ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ସକାଳେ ଚଢ଼ାଉ କରିଛି।

Comments are closed.