Latest Odisha News

ପିଏ ବାବୁଙ୍କ ଅମାପ ସମ୍ପତ୍ତି ଠାବ କଲା ଭିଜିଲାନ୍ସ

ଭୁବନେଶ୍ଵର: ବଣାଇ ଆଇଟିଡିଏର ପ୍ରକଳ୍ପ ଅଧିକାରୀଙ୍କ ଅମାପ ସମ୍ପତ୍ତି ଠାବ କଲା ଭିଜିଲାନ୍ସ । ସକାଳୁ ସକାଳୁ ବଣାଇ ପିଏ ବିଶ୍ବଦର୍ଶୀ ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଥିବା ବେଳେ ଚଢାଉ ବେଳେ ପୁଳାପୁଳା ପ୍ଲଟ୍‌, ଫ୍ଲାଟ୍ ଓ ସୁନା ଜବତ କରିଛି ଭିଜିଲାନ୍ସ । ଏବେବି ଚଢାଉ ଜାରି ରହିଥିବା ବେଳେ ଆଗକୁ ଆହୁରି ସମ୍ପତ୍ତି ଠାବ ହେବା ନେଇ ଆଶଙ୍କା ରହୁଛି ।

ସୂଚନା ଅନୁସାରେ, ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଇଟିଡିଏ ପ୍ରକଳ୍ପ ଅଧିକାରୀ ବିଶ୍ବଦର୍ଶୀ ସାହୁଙ୍କ ଘରେ ଭିଜିଲାନ୍ସ ଟିମ୍ ଚଢାଉ କରିଛି । ଅଧିକାରୀଙ୍କ ସରକାରୀ ଘର ଏବଂ ବାସଭବନରେ ଚାଲିଛି ରେଡ୍ । ଚଢାଉ ବେଳେ ଇଭୋସ୍ ଗାଲାକ୍ସିରେ ଫ୍ଲାଟ୍ ପାଇଁ ୧୫.୭୫ଲକ୍ଷ ଆଡ୍‌ଭାନ୍ସ ଦେଇଥିଲେ ପିଏ ବାବୁ । ଏହାଛଡା ଚଢାଉ ବେଳେ ଭୁବନେଶ୍ବରରୁ ୨ଟି ଫ୍ଲାଟ୍, ଓଲ୍ଡଟାଉନରେ ୨ ମହଲା କୋଠା, ଭୁବନେଶ୍ବର ଓ ପୁରୀରେ ୯ଟି ଦାମୀକିଆ ଫ୍ଲାଟ୍, ୧୫୦ ଗ୍ରାମ ସୁନା, ବ୍ୟାଙ୍କ ଜମା ଓ ନଗଦ ୨ଲକ୍ଷ ଟଙ୍କା ଜବତ କରିଛି ଭିଜିଲାନ୍ସ ।

ଭୁବନେଶ୍ଵରର ୩ଟି ସ୍ଥାନ ସମେତ ବାଲେଶ୍ଵର, ଯାଜପୁର ଓ ବଣାଇର ଦୁଇଟି ସ୍ଥାନରେ ରେଡ କରୁଛି ଭିଜିଲାନ୍ସ। ପୁରୁଣା ଭୁବନେଶ୍ଵର ଶ୍ରୀରାମ ନଗର ଅଞ୍ଚଳରୁ ଏକ ଦୁଇ ମହଲା କୋଠା, ଭୁବନେଶ୍ଵର ଲକ୍ଷ୍ମୀସାଗର ଅଂଚଳରେ ଗୋଟିଏ ଫ୍ଲାଟ, ଖାରବେଳନଗର ୟୁନିଟ ୩ ଅଞ୍ଚଳରେ ଗୋଟିଏ ଫ୍ଲାଟ, ବାଲେଶ୍ଵର ଏସଏନ ସେନ ରୋଡ ଅଂଚଳରେ ଗୋଟିଏ ଫ୍ଲାଟ, ଯାଜପୁର ସମ୍ପର୍କୀୟଙ୍କ ଘରେ ରେଡ୍ କରୁଛି ଭିଜିଲାନ୍ସ। ସେହିପରି ସୁନ୍ଦରଗଡ଼ ବଣାଇରେ ଥିବା ସରକାରୀ ବାସଭବନ ଏବଂ ଆଇଟିଡିଏ ଅଫିସରେ ରେଡ୍ କରୁଛି ଭିଜିଲାନ୍ସ । ଚଢାଉରେ ଜଣେ ଅତିରିକ୍ତ ଏସପି, ୩ ଜଣ ଡିଏସପି ଏବଂ ୧୦ ଜଣ ଇନ୍ସପେକ୍ଟର ସାମିଲ ଅଛନ୍ତି ।

Comments are closed.