Latest Odisha News

୨୪ ଘଣ୍ଟା ମଧ୍ୟରେ ଆଉ ଏକ ଲଘୁଚାପ: ବଢିବ ବର୍ଷାର ପରିମାଣ

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢିବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ବିଭାଗ ପକ୍ଷରୁ ଜାରି ସୂଚନା ଅନୁଯାୟୀ, ୨୪ ଘଣ୍ଟା ମଧ୍ୟରେ ଏହା ସକ୍ରିୟ ହେବାକୁ ଥିବା ବେଳେ ସୋମବାରଠାରୁ ଲାଗି ରହିବ ପ୍ରବଳ ବର୍ଷା। ବିଶେଷ କରି ଉପକୂଳ ଓ ଉତ୍ତର ଓଡ଼ିଶାରେ ଅଧିକ ବର୍ଷିବ । ବୁଧବାର ଯାଏଁ ବର୍ଷା ପ୍ରକୋପ ଅଧିକ ରହିବ ।

ରବିବାର ଠାରୁ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବା ବିଭାଗ ପକ୍ଷରୁ କୁହାଯାଇଛି । ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକ, କଟକ, ଯାଜପୁର, ମୟୂରଭଞ୍ଜ, ଢେଙ୍କାନାଳ, କେନ୍ଦୁଝର, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାର ଗୋଟିଏ ଦୁଇଟି ଜାଗାରେ ପ୍ରବଳ ବର୍ଷା ହୋଇପାରେ ।

ଏହାସହ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଢେଙ୍କାନାଳ, କେନ୍ଦୁଝର, ଅନୁଗୁଳ ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଦେବଗଡ଼, ସୁନ୍ଦରଗଡ଼, କଳାହାଣ୍ଡି ଓ କନ୍ଧମାଳରେ ପ୍ରବଳ ବର୍ଷା ଆଶଙ୍କା ଅଛି ।
ସମ୍ଭାବ୍ୟ ଲଘୁଚାପ ଯୋଗୁ ସମୁଦ୍ର ଅଶାନ୍ତ ରହିବ । ତେଣୁ ୨୫ରୁ ୨୭ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବିଭାଗ ପକ୍ଷରୁ ବାରଣ କରାଯାଇଛି ।

Leave A Reply

Your email address will not be published.