Latest Odisha News

ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ: ୧୩ ଯାଏଁ ଲଗାଣ ବର୍ଷା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୧୦ ତାରିଖରୁ ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଆସନ୍ତାକାଲିଠାରୁ ବର୍ଷାର ପରିମାଣ ବଢ଼ିବ।

ଏହି ଦୁଇ ଦିନ ପା‌ଇଁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।

ପାଣିପାଗ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ, ୧୦ ଓ ୧୧ ତାରିଖ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, କୋରାପୁଟ, ଗଜପତିରେ ପ୍ରବଳରୁ ଅତିପ୍ରବଳ ବର୍ଷିବ ଏବଂ ରାୟଗଡ଼ା, ମାଲକାନଗିରି, ଗଞ୍ଜାମ, ବଲାଙ୍ଗୀର ଓ ବରଗଡ଼ ଆଦି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Comments are closed.