Latest Odisha News

ବଢିବ ବର୍ଷାର ପରିମାଣ: ଏହିସବୁ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଆରମ୍ଭ ହୋଇ ଯାଇଛି ପ୍ରବଳ ବର୍ଷା । ଧୀରେଧିରେ ଏହା ବୃଦ୍ଧି ପାଇବ ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ ବିଭାଗ ।

୨୫.୦୮.୨୦୨୦:

ଏହାର ପ୍ରଭାବରେ ଓଡ଼ିଶାର ୧୧ ଜିଲ୍ଲାରେ ଅତିରୁ ଅତିପ୍ରବଳ ବର୍ଷା ହେବା ନେଇ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି । ଏହି ୧୧ଟି ଜିଲ୍ଲା ହେଲା, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ ଓ ଦେବଗଡ଼।

୨୬.୦୮.୨୦୨୦:

୨୬ ତାରିଖ ଦିନ ରାଜ୍ୟର ୯ ଜିଲ୍ଲାରେ ଅତିରୁ ଅତିପ୍ରବଳ ବର୍ଷା ହେବା ନେଇ ସୂଚନା ମିଳିଛି। ଏନେଇ ବିଭାଗ ପକ୍ଷରୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି ସମ୍ବଲପୁର, ସୋନପୁର, ବରଗଡ଼, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା ଓ ଦେବଗଡ଼।

୨୭.୦୮.୨୦୨୦:

୨୭ ତାରିଖ ଦିନ ବରଗଡ଼, ନୂଆପଡ଼ା, ବଲାଙ୍ଗୀର, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଓ କେନ୍ଦୁଝର ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Leave A Reply

Your email address will not be published.