Latest Odisha News

BREAKING NEWS

୨୪ ଘଣ୍ଟାରେ ଅବପାତର ରୂପ ନେବ ଲଘୁଚାପ; ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସଦ୍ୟତମ ସୂଚନାନୁଯାୟୀ, କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ଘନୀଭୂତ ହୋଇ ଅବପାତର ରୂପ ନେବ।

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତଥା ଆଖପାଖ ଅଞ୍ଚଳରେ ୱେଲମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି ଏହି ଲଘୁଚାପ । ଯାହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷର ସମ୍ଭାବନା ରହିଛି।

ଲଘୁଚାପ ଓଡିଶା ଉପକୂଳ ଦେଇ ଆଗାମୀ ୪୮ ଘଣ୍ଟା ମଧ୍ୟରେ ପଶ୍ଚିମବଙ୍ଗ ଏବଂ ବଙ୍ଗଳାଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି । ଆସନ୍ତାକାଲି ଏହା ଅବପାତ ଏବଂ ତା ପର ୨୪ ଘଣ୍ଟାରେ ଗଭୀର-ଅବପାତ ରେ ପରିଣତ ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର

ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ଓ ଅତି ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଅତି ପ୍ରବଳ ବର୍ଷା ସହ ତଳିଆ ଅଂଚଳରେ ଜଳମଗ୍ନ ହେବାର ସମ୍ଭାବନା ରହିଛି । ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଏହି ଜିଲ୍ଲା ଗୁଡିକୁ ଅରେଂଜ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର, ରାୟଗଡା, କୋରାପୁଟ୍ ଓ ମାଲକାନଗିରି ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଉପକୂଳ ଓଡିଶାରେ ସର୍ବାଧିକ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି ଏବଂ ସମୁଦ୍ର ଅଶାନ୍ତ ସହ ଉତ୍ତର ବଙ୍ଗୋପସାଗରରେ ସର୍ବାଧିକ ୬୫ କିଲୋମିଟର ବେଗରେ ପବନ ଆଶଙ୍କା ରହିଛି। ତେଣୁ ଆଗାମୀ ୨୪ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ପ୍ରବେଶ ନକରିବାକୁ ସତର୍କତା ଜାରି କରାଯାଇଛି।

Leave A Reply

Your email address will not be published.