Latest Odisha News

BREAKING NEWS

କୁହୁଡି ଚାଦର ତଳେ ସାରା ରାଜ୍ୟ; ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ଘନ କୁହୁଡ଼ିର ଆସ୍ତରଣ । ପାଣିପାଗ ବିଭାଗ ପକ୍ଷରୁ ୯ଟି ଜିଲ୍ଲାକୁ ଆସନ୍ତା ୨୪ ଘଣ୍ଟା ଯାଏଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ରାଜ୍ୟର ଅନେକ ସ୍ଥାନରେ ଘନ କୁହୁଡି ଯୋଗୁଁ ରାସ୍ତାଘାଟ ଦେଖାଯାଉନଥିବା ଦେଖିବାକୁ ମିଳିଛି । ରାଜଧାନୀ ଭୁବନେଶ୍ବର ସମେତ, ପୁରୀ ଓ କଟକରେ ମଧ୍ୟ ଘନ କୁହୁଡ଼ି ଦେଖିବାକୁ ମିଳିଛି।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଉପକୂଳ ଓଡ଼ିଶାରେ କୁହୁଡ଼ିର ପ୍ରଭାବ ଅଧିକ ରହିବ ବୋଲି ଜଣାପଡ଼ିଛି । ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ବୌଦ୍ଧ, କନ୍ଧମାଳ, ଅନୁଗୁଳ ଏବଂ ଢେଙ୍କାନାଳ ଆଦି ଜିଲ୍ଲାକୁ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Leave A Reply

Your email address will not be published.