Latest Odisha News

BREAKING NEWS

୫ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ଲାଗିରହିଛି ବର୍ଷା। ଆଜି ୫ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲା ହେଉଛି- କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର। ତେବେ ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ୩୧ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଘୁର୍ଣ୍ଣିବଳୟ। ଆଗକୁ ଏହା ଲଘୁଚାପର ରୂପ ନେଇପାରେ। ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତାକାଲିଠାରୁ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ବର୍ତ୍ତମାନ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଥିବା ବେଳେ ୨୪ ଘଣ୍ଟାରେ ଉତ୍ତର ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

୩୧ ତାରିଖ ବେଳକୁ ଘୁର୍ଣ୍ଣିବଳୟ ପ୍ରଭାବରେ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। କଟକ, ନୟାଗଡ଼, ଢେଙ୍କାନାଳ ,ଅନୁଗୁଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହାଛଡା କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର , ଭଦ୍ରକ ଯାଜପୁର, କେନ୍ଦ୍ରାପଡା, ଢେଙ୍କାନାଳ,କଟକ, ମାଲକାନଗିରି କୋରାପୁଟ ଓ ନବରଙ୍ଗପୁରରେ ଜାରି ରହିଛି ପ୍ରବଳ ବର୍ଷା । ଏହି ସବୁ ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Comments are closed.