Latest Odisha News

BREAKING NEWS

ଖଣି ଓ ଧାତବ ଶିଳ୍ପ ଉପରେ ଓଡିଶା ବିଶ୍ବର ଗୁରୁତ୍ବପୂର୍ଣ୍ଣ କେନ୍ଦ୍ର ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡିଶା ଖଣି ନିଗମକୁ ଆବଣ୍ଟିତ ଦୁଇଟି ଖଣି ଗୁଆଳି ଓ ଜିଲ୍‌ଙ୍ଗ ଲାଙ୍ଗଲୋଟା ଲୁହାପଥର ଖଣିର ଉତ୍ପାଦନ କାର୍ଯ୍ୟର ମିଳିତ ଭାବେ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ କେନ୍ଦ୍ର ସଂସଦୀୟ ବ୍ୟାପାର, କୋଇଲା ଓ ଖଣି ବିଭାଗ ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ଦୁଇଟି ଖଣିରୁ ଉତ୍ପାଦନ ଦ୍ବାରା ଲୁହାପଥର ବଜାରରେ ସ୍ଥିରତା ଆସିବା ସହ ଶିଳ୍ପର ଯୋଗାଣ ଚାହିଦା ମେଣ୍ଟାଇବାରେ ସହାୟକ ହେବ।

ଆହୁରି ମଧ୍ୟ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓଡିଶା ସବୁବେଳେ ଖଣି ସଂପର୍କିତ କ୍ଷେତ୍ରରେ ଅନେକ ଆଗୁଆ ପଦକ୍ଷେପ ନେଇଛି । ଏହି କ୍ଷେତ୍ରରେ ସ୍ବଚ୍ଛତା ପାଇଁ ଲୁହାପଥର ପରିବହନର ତଦାରଖ ନିମନ୍ତେ 1 3 MS System ଆରମ୍ଭ କରାଯାଇଛି ଏବଂ ଗତ କିଛି ବର୍ଷ ମଧ୍ୟରେ ଅନେକ ବଡ ବଡ ଖଣିର ନିଲାମ ପ୍ରକ୍ରିୟା ସଫଳତାର ସହ କରାଯାଇଛି ।

ଗତ ଦୁଇ ଦଶନ୍ଧି ମଧ୍ୟରେ ଓଡିଶାରେ ଖଣି ଓ ଧାତବ ଶିଳ୍ପ କ୍ଷେତ୍ରରେ ଉଲ୍ଲେଖନୀୟ ଅଭିବୃଦ୍ଧି ହୋଇଛି। ଇସ୍ପାତ, ଆଲୁମିନିୟମ ଓ ଅନ୍ୟ ଧାତବ ଶିଳ୍ପ କ୍ଷେତ୍ରରେ ବିଶ୍ବର ଏକ ଗୁରୁତ୍ବପୂର୍ଣ୍ଣ କେନ୍ଦ୍ର ହେବାର ଦକ୍ଷତା ଓଡିଶାର ରହିଛି ବୋଲି ସେ କହିଛନ୍ତି।

Leave A Reply

Your email address will not be published.