Latest Odisha News

BREAKING NEWS

ଏ ବର୍ଷ ଜନ୍ମ ଦିନ ପାଳିବେନି ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କୋଭିଡ଼ ସକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆସନ୍ତା କାଲି ତାଙ୍କ ଜନ୍ମ ଦିନ ପାଳନ କରିବେନି ବୋଲି କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓଡିଶା ବାସୀଙ୍କ ଭଲ ପାଇବା ,ଶୁଭେଚ୍ଛା ଓ ଆଶୀର୍ବାଦ ନିମନ୍ତେ ସେ ସବୁବେଳେ ଋଣୀ।

କୋଭିଡ଼ ଯୋଗୁଁ ଗତ ଦେଢ ବର୍ଷ ହେଲା ଆମେ ସମସ୍ତେ କଠିନ ସମୟ ଦେଇ ଗତି କରୁଛୁ। ତେଣୁ କାଲି ନବୀନ ନିବାସ ନ ଆସି କୋଭିଡ୍‌ରେ ମୃତ୍ୟୁ ବରଣ କରିଥିବା ଲୋକଙ୍କ ପରିବାରକୁ ସାହାଯ୍ୟ କରିବା ଏବଂ,ରକ୍ତ ଦାନ ଭଳି ମହତ୍ କାର୍ଯରେ ସମସ୍ତେ ସାମିଲ ହେଲେ ତାହା ତାଙ୍କ ପାଇଁ ସବୁଠାରୁ ବଡ ଶୁଭେଚ୍ଛା ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Leave A Reply

Your email address will not be published.