Latest Odisha News

BREAKING NEWS

Hirakud dam: ହୀରାକୁଦ ଡ୍ୟାମ୍‌ର ଆଉ ୪ଟି ଗେଟ୍‌ ଖୋଲିଲା;ତଳମୁଣ୍ଡକୁ ସତର୍କ ସୂଚନା

ସମ୍ବଲପୁର:ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଉଛି । ଜଳଧାରଣ କ୍ଷମତାକୁ ଦୃଷ୍ଟିରେ ରଖି ଆଜି ଅପରାହଣରେ ପୁଣି ୪ଟି ଗେଟ୍ ଖୋଲି ଦିଆଯାଇଛି। ଆଜି ସକାଳ ୧୦ଟାରେ ହୀରାକୁଦ ଜଳଭଣ୍ଡାରରୁ ୪ଟି ଗେଟ୍‌ ଖୋଲା ଯାଇଥିଲା ।ବର୍ତ୍ତମାନ ୮ଟି ଗେଟ୍‌ ଦେଇ ହେଉଛି ଜଳ ନିଷ୍କାସନ ।

ହୀରାକୁଦ ଜଳଭଣ୍ଡାର କର୍ତ୍ତୃପକ୍ଷ କହିଛନ୍ତି ଯେ,ଜଳଭଣ୍ଡାର ବାମ ପାର୍ଶ୍ବରୁ ୩ଟି ଓ ଦକ୍ଷିଣ ପାର୍ଶ୍ବରୁ ୫ଟି ଗେଟ୍‌ ଖୋଲି ଦିଆଯାଇଛି।

ଏପଟେ ଗେଟ ଖୋଲାଯାଇଥିବାରୁ ତଳମୁଣ୍ଡକୁ ସତର୍କ ସୂଚନା ଜାରି କରିଛନ୍ତି ହୀରାକୁଦ ଜଳଭଣ୍ଡାର କର୍ତ୍ତୃପକ୍ଷ ।

Comments are closed.