Latest Odisha News

Mission Shakti ନୂଆ ରୂପ ପାଇବ ମିଶନ ଶକ୍ତି; ବଦଳିବ ଡ୍ରେସ୍‌ କୋଡ୍‌,ମିଳିବ ସ୍ମାର୍ଟ ଫୋନ୍‌

ଭୁବନେଶ୍ବର: ମିଶନ ଶକ୍ତି ମହିଳାଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ଏକ ବଡ଼ ଘୋଷଣା କରିଛନ୍ତି । ମିଶନ ଶକ୍ତି ମହିଳାଙ୍କୁ ସ୍ମାର୍ଟ ଫୋନ ମିଳିବ,ଏଥିସହ ନୂଆ ୟୁନିଫର୍ମ ଏବଂ ନୂଆ ଆଇ କାର୍ଡ ବି ଦିଆଯିବ। ଉତ୍କଳ ଦିବସରୁ ଏହା ମିଳିବ ବୋଲି ଘୋଷଣା କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା।

ମିଶନ ଶକ୍ତି ମହିଳାଙ୍କୁ ଦିଆଯିବାକୁ ଥିବା ଶାଢୀରେ ଓଡ଼ିଆ ଅସ୍ମିତାର ଝଲକ ରହିବ ବୋଲି କହିଛନ୍ତି ପ୍ରଭାତୀ ପରିଡା। ୪୬ ହଜାର ସିଆରପିଙ୍କୁ ସ୍ମାର୍ଟ ଫୋନ୍ ମିଳିବ। ସ୍ବୟଂ ସହାୟକ ଗୋଷ୍ଠୀମାନଙ୍କୁ ସୁଧ ଫେରନ୍ତ କାର୍ଯ୍ୟକ୍ରମରେ ଯୋଗ ଦେଇ ଏହି ଘୋଷଣା କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ।

ସେ କହିଛନ୍ତି ଯେ ନୂଆ ସରକାର ଆସିବା ପରେ ସ୍ଵୟଂ ସହାୟକ ଗୋଷ୍ଠୀମାନଙ୍କୁ ସୁଧ ଫେରସ୍ତ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରାଯାଇଛି। ପୂର୍ବରୁ ତିନୋଟି ପର୍ଯ୍ୟାୟରେ ୩୧୮ କୋଟି ୩୦ ଲକ୍ଷ ୧୬ ହଜାର ୬୪୫ ଟଙ୍କା ଦିଆଯାଇଛି। ୫ ଲକ୍ଷ ୪୪ ହଜାର ୪୯୩ ଗୋଷ୍ଠୀଙ୍କୁ ଏହି ସହାୟତା ପ୍ରଦାନ କରାଯାଇଛି। ୨ ଲକ୍ଷ ୮୦ହଜାର ୫୮୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟି ୬୬ ଲକ୍ଷ ୩୮ ହଜାର ୨୫୨ ଟଙ୍କା ଫେରସ୍ତ କରାଯାଇଛି।

ଗୋଷ୍ଠୀମାନଙ୍କ ଉପରେ ସୁଧ ପରିଶୋଧର ଭାର ହ୍ରାସ କରିବା ପାଇଁ ଓଡିଶା ସରକାର ସ୍ୱୟଂ ସହାୟକ ଗୋଷ୍ଠୀ ନେଉଥିବା ବ୍ୟାଙ୍କ ଋଣ ରାଶିକୁ ବୃଦ୍ଧି କରିବା ସହ ୧୦ ଲକ୍ଷ ପର୍ଯ୍ୟନ୍ତ ଋଣରେ ବାର୍ଷିକ ସୁଧ ହାରକୁ ଶୂନ୍ୟ ପ୍ରତିଶତକୁ ଆଣିଛନ୍ତି ।

Comments are closed.