Latest Odisha News

ଆଜି ଶପଥ ନେବେ ରାଜ୍ୟର ନୂତନ ମୁଖ୍ୟମନ୍ତ୍ରୀ, ଶପଥ ଗ୍ରହଣ ସମାରୋହରେ ଯୋଗ ଦେବେ ମୋଦୀ

ଭୁବନେଶ୍ଵର: ଆଜି ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ମାଝୀ । ଭୁବନେଶ୍ବର ଜନତା ମଇଦାନରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଟିତ ହେବ । ସେହିପରି ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ କେଭି ସିଂହଦେଓ ଓ ପ୍ରଭାତି ପରିଡ଼ା । ସେପଟେ ମୁଖ୍ୟମନ୍ତ୍ରୀଙ୍କ ଶପତ ସମାରୋହରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ମୋଦୀ ଓ ଗୃହମନ୍ତ୍ରୀ ଶାହ । ଗତକାଲି ହୋଇଥିବା କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଓ କେନ୍ଦ୍ର ଜଙ୍ଗଲ ପରିବେଶ ମନ୍ତ୍ରୀ ଭୂପେନ୍ଦ୍ର ଯାଦବଙ୍କ ତତ୍ତ୍ବାବଧାନରେ ବସିଥିବା ବିଧାୟକ ଦଳ ବୈଠକରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରାଯାଇଛି । ମୋହନ ମାଝୀ ହୋଇଛନ୍ତି ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ । ଏଥିସହ କେଭି ସିଂହଦେଓ ଓ ପ୍ରଭାତି ପରିଡ଼ା ହୋଇଛନ୍ତି ରାଜ୍ୟର ଦୁଇ ଉପ-ମୁଖ୍ୟମନ୍ତ୍ରୀ ।

ଆଜି ଅପରାହ୍ନ ୪ଟା ୫୫ରେ ଶପଥ ନେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସେପଟେ ଶପଥ ଗ୍ରହଣ ସମାରୋହରେ ଯୋଗଦେବେ ପ୍ରଧାନମନ୍ତ୍ରୀ ମୋଦୀ । ଆଜି ଦିନ ୨ ଟା ୧୦ରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ ମୋଦୀ । ସେଠାରୁ ସିଧା ରାଜଭବନ ଯିବେ । ଅପରାହ୍ନ ସାଢ଼େ ୪ ଟାରେ ରାଜଭବନରୁ ବାହାରି ଜନତା ମୈଦାନ ଯିବେ ମୋଦୀ । ତେବେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଓ ଶପଥ ଗ୍ରହଣ ଉତ୍ସବକୁ ନେଇ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ପାଇଁ ଏସପିଜି ବ୍ୟତିତ ୫୯ ପ୍ଲାଟୁନ ଫୋର୍ସ ମୁତୟନ ରହିବେ । ଜଣେ ଆଇଜି, ୩ ଜଣ ଡିଆଇଜି, ୧୩ ଜଣ ଏସପି ଓ ଡିସିପି ରାଙ୍କ ଅଫିସର ନିୟୋଜିତ ହେବେ ।

ସେହିପରି ୧୮ ଜଣ ଅତିରିକ୍ତ ଏସ୍ପି, ୫୮ ଜଣ ଡ଼ିଏସପି, ୯୪ ଇନ୍ସପେକ୍ଟର ଓ ୩୧୨ ଜଣ ଏସଆଇ ଓ ଏଏସଆଇ, ୨୮ ଜଣ କମାଣ୍ଡଡେଣ୍ଟ୍ ସୁରକ୍ଷା ଦାୟିତ୍ୱରେ ରହିବେ । ଶପଥ ସମାରୋହ ହେବାକୁ ଥିବା ଜନତା ମୈଦାନକୁ ସିସିଟିଭି ନଜରରେ ରଖାଯାଇଛି । ଭିଭିଆଇପିଙ୍କ ବିମାନବନ୍ଦରରେ ପହଞ୍ଚିବା ଠାରୁ ହୋଟେଲରେ ରହିବା, ଉତ୍ସବସ୍ଥଳକୁ ଯିବା ଏବଂ ବିମାନବନ୍ଦରକୁ ଫେରିବା ପର୍ଯ୍ୟନ୍ତ ସବୁଠି ପୋଲିସ ଛାଉଣୀ । ଦିନ ୨ଟାରୁ ୭ଟା ପର୍ଯ୍ୟନ୍ତ ଜୟଦେବ ବିହାରରୁ ନାଲକୋ ଛକ ଏବଂ ସଂଲଗ୍ନ ଗଳି ରାସ୍ତାରେ ଗାଡ଼ି ଚଳାଚଳକୁ ବନ୍ଦ କରାଯାଇଛି । ତମାମ କାର୍ଯ୍ୟକ୍ରମ ପାଇଁ ଜଣେ ଆଇଜି ଓ ୨ ଡିଆଇଜିଙ୍କୁ ଦାୟିତ୍ବ ଦିଆଯାଇଛି ।

Leave A Reply

Your email address will not be published.