କଟକ: ରାଜ୍ୟର ପ୍ରଥମ ସରକାରୀ ବିଶ୍ବବିଦ୍ୟାଳୟ ଭାବେ କଟକର ରେଭେନ୍ସା ବିଶ୍ୱବିଦ୍ୟାଳୟକୁ NAAC A++ ମାନ୍ୟତା ମିଳିଛି । ନାକ୍ ଟିମର ପରିଦର୍ଶନ ପରେ ପ୍ରଥମ ଥର ପାଇଁ ବିଶ୍ୱବିଦ୍ୟାଳୟକୁ ଏହି ମାନ୍ୟତା ମିଳିଛି ।
କିଛି ଦିନ ତଳେ ବିଶ୍ୱବିଦ୍ୟାଳୟ ପରିଦର୍ଶନ କରିଥିଲା ନାକ୍ ଟିମ୍ । ନାକ୍ ମାନ୍ୟତାରେ ଉନ୍ନତି ଆଣିବା କ୍ଷେତ୍ରରେ ରେଭେନ୍ସା କଣ ପଦକ୍ଷେପ ନେଇଛନ୍ତି ଏନେଇ ଟିକିନିଖି ଅନୁଧ୍ୟାନ କରିଥିଲେ ନାକର ୫ ଜଣିଆ ଟିମ । ବିଶେଷକରି ଭିତ୍ତିଭୂମି ସହ, ସ୍ବାସ୍ଥ୍ୟ, ଶିକ୍ଷା, ଖାଦ୍ୟ, ପରିମଳ ଓ ବିଭିନ୍ନ ବିଭାଗ ବୁଲି ସ୍ଥିତି ଅନୁଧ୍ୟାନ କରିଥିଲେ ଟିମ । ନାକ୍ର ଏକ କମିଟି ଗତ ୨୦ ତାରିଖରୁ ୨୨ ତାରିଖ ପର୍ଯ୍ୟନ୍ତ ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଅନୁଧ୍ୟାନ କରିଥିଲେ ।
ରେଭେନ୍ସା କ୍ୟାମ୍ପସର ବିଭିନ୍ନ ପ୍ରକାର ସୁବିଧା ସୁଯୋଗ ସହ କ୍ୟାମ୍ପସର ଶୈଖିକ ବାତାବରଣ, କ୍ୟାମ୍ପସର ଏକାଡେମିକ୍ ରେକର୍ଡକୁ ଅନୁଧ୍ୟାନ କରି ଏ ପ୍ଲସ ପ୍ଲସ ମାନ୍ୟତା ମିଳିଥିବା କହିଛନ୍ତି ରେଭେନ୍ସା କର୍ତ୍ତୃପକ୍ଷ । ଯାହାକୁ ନେଇ ବିଶ୍ବବିଦ୍ୟାଳୟ ପରିସରରେ ଉତ୍ସବର ମାହୋଲ ସୃଷ୍ଟି ହୋଇଛି। ରେଭେନ୍ସା କର୍ତ୍ତୃପକ୍ଷଙ୍କ ସହ ଛାତ୍ରଛାତ୍ରୀ ସମସ୍ତେ ବାଜା ବଜାଇ ନାଗଗୀତରେ ମସଗୁଲ ହୋଇଛନ୍ତି।
୨୦୧୬ ମସିହା ଡିସେମ୍ବରରୁ ରେଭେନ୍ସା ବିଶ୍ୱବିଦ୍ୟାଳୟର ନାକ ମାନ୍ୟତାର ବୈଧତା ଶେଷ ହୋଇଥିଲା । ଏନେଇ ପୁନଃ ମାନ୍ୟତା ପାଇଁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ନାକ ସମ୍ନାରେ ଆବେଦନ କରିଥିଲେ । ଆବେଦନର ୬ବର୍ଷ ପରେ ନାକ ଟିମ ରେଭେନ୍ସା ବିଶ୍ୱବିଦ୍ୟାଳୟ ଆସିଥିଲା ।
Comments are closed.