Latest Odisha News

BREAKING NEWS

ଓଡ଼ିଶୀ ଗବେଷଣା କେନ୍ଦ୍ରରେ ‘ଓଡ଼ିଶୀ ଆସର’

ଭୁବନେଶ୍ୱର : ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଆନୁକୂଲ୍ୟରେ ‘ଉତ୍କଳ ରଙ୍ଗମଞ୍ଚ’ ପ୍ରେକ୍ଷାଳୟରେ ଓଡ଼ିଶୀ ଆସର ଅନୁଷ୍ଠିତ ହୋଇଯାଇଛି ।

ଓଡ଼ିଶୀ ଗବେଷଣା କେନ୍ଦ୍ରର ମୁଖ୍ୟ ନିର୍ବାହୀ ସୁବୋଧ ଚନ୍ଦ୍ର ଆଚାର୍ଯ୍ୟଙ୍କ ପୌରହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମର ପ୍ରାରମ୍ଭରେ ସୁନିତାରାଣୀ ବିଶ୍ୱାଳ ଏକକ ଗାୟନ, ଅର୍ପିତା ସାହୁ ଏବଂ ସ୍ମୃତିରେଖା ପ୍ରତିହାରୀ ଦ୍ୱେତ ଗାୟନ, ରାସବିହାରୀ ନାଥ, ଅତିଥି କଳାକାର ଏକକ ଗାୟନ ଓଡ଼ିଶୀ ସଙ୍ଗୀତ ପରିବେଷଣ କରିଥିଲେ । ପରେ ପରେ ସୌମ୍ୟରଞ୍ଜନ ନାୟକ ମର୍ଦ୍ଦଳ ବାଦନ ପରିବେଷଣ କରିଥିଲେ , ଏବଂ କାର୍ଯ୍ୟକ୍ରମ ଶେଷରେ ମିନତୀ ପ୍ରଧାନ ଏକକ ଓଡ଼ିଶୀ ନୃତ୍ୟ ପରିବେଷଣ କରିଥିଲେ । ଗୁରୁ କେଶବ ଚନ୍ଦ୍ର ରାଉତ, ସ୍ୱପ୍ନେଶ୍ୱର ଚକ୍ରବର୍ତ୍ତୀ (ସୀତାର୍‌), ରମେଶ ଚନ୍ଦ୍ର ଦାଶ (ବେହେଲା), କାଳନ୍ଦୀ ଚରଣ ପରିଡ଼ା (ମର୍ଦ୍ଦଳ) ପ୍ରମୁଖ ବାଦ୍ୟଯନ୍ତ୍ରରେ ସହଯୋଗ କରିଥିଲେ ଏବଂ ଅନୁଜା ତାରିଣୀ ମିଶ୍ର ଏହି କାର୍ଯକ୍ରମକୁ ସଂଯୋଜନା କରିଥିଲେ ।

ଉଭୟ ଓଡ଼ିଶୀ ନୃତ୍ୟ ଓ ଓଡ଼ିଶୀ ସଙ୍ଗୀତର ଭାବଧାରାକୁ ନେଇ ଏହି କାର୍ଯ୍ୟକ୍ରମର ଆୟୋଜନ ପ୍ରତି ମାସର ଶେଷ ସପ୍ତାହରେ ଅନୁଷ୍ଠିତ ହୋଇଥାଏ । ଏହି କାର୍ଯ୍ୟକ୍ରମରେ ଓଡ଼ିଶୀ ଗବେଷଣା କେନ୍ଦ୍ରର ଗୁରୁ ଏବଂ ଶିକ୍ଷାନବୀଶ ତଥା ଛାତ୍ରଛାତ୍ରୀମାନେ ସଙ୍ଗୀତ ଓ ନୃତ୍ୟ ପରିବେଷଣ କରିଥାଆନ୍ତି । ଓଡ଼ିଶୀ ସଙ୍ଗୀତର ଶାସ୍ତ୍ରୀୟ ମାନ୍ୟତା ଉଦ୍ଦେଶ୍ୟରେ ଏହା ସରକାରୀ ସ୍ତରରେ ଅନନ୍ୟ ପଦକ୍ଷେପ ।

Leave A Reply

Your email address will not be published.