Latest Odisha News

ପ୍ରକାଶ ପାଇଲା ଓଜେଇଇ ରେଜଲ୍ଟ, ଜାଣନ୍ତୁ କେମିତି ପାଇବେ ରେଜଲ୍ଟ…..

ଭୁବନେଶ୍ବର: ପ୍ରକାଶ ପାଇଲା ଚଳିତ ବର୍ଷର ଓଡିଶା ମିଳିତ ପ୍ରବେଶିକା ପରୀକ୍ଷା ବା ଓଜେଇଇ ଫଳାଫଳ । www.ojee.nic.inରେ ଛାତ୍ରଛାତ୍ରୀମାନେ ନିଜର ରେଜଲ୍ଟ ପାଇପାରିବେ । ତେବେ ଚଳିତ ବର୍ଷ ଓଜେଇଇରେ ଏମସିଏ/ଏମ. ଏସସି (କମ୍ପୁଟର ସାଇନ୍ସ)ରେ ବ୍ରହ୍ମାନନ୍ଦ ମହାରଣା ଟପ୍ପର ହୋଇଥିବା ବେଳେ ଏଲ୍ଇ. ଟେକ୍ (ଡିପ୍ଲୋମା)ରେ ବିଲଟୁ ମଣ୍ଡଳ ଟପ୍ପର ହୋଇଛନ୍ତି । ସେହିପରି ଏମ୍‌ବିଏରେ ସୂର୍ଯ୍ୟକାନ୍ତ ପୃଷ୍ଟି, ଏମ୍‌. ଫାର୍ମାରେ ପଦ୍ମାଳୟା ମିଶ୍ର ଟପ୍ପର ଏବଂ ବି.ଫାର୍ମାରେ ସାଗରିକା ଦାଶ ଟପ୍ପର ହୋଇଛନ୍ତି ।

ଚଳିତ ଓଜେଇଇ ପରୀକ୍ଷା ମେ ୬ରୁ ଆରମ୍ଭ ହୋଇ ମେ ୧୦ ପର୍ଯ୍ୟନ୍ତ ଚାଲିଥିଲା । ୨୦୨୪-୨୦୨୫ ଶିକ୍ଷାବର୍ଷ ନିମନ୍ତେ ରାଜ୍ୟର ବିଭିନ୍ନ ସରକାରୀ, ଯାନ୍ତ୍ରିକ ତଥା ବେସରକାରୀ ବିଶ୍ୱବିଦ୍ୟାଳୟ ଓ ଶିକ୍ଷା ଅନୁଷ୍ଠାନଗୁଡ଼ିକରେ ପାଠକ୍ରମ ପାଇଁ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ଯେଉଁଥିରେ ବି.ଫାର୍ମା, ଏଲ୍‌ଇ-ଟେକ୍‌, ଏଲ୍‌ଇ-ଟେକ୍‌ (ବିଏସ୍‌ସି), ବି କ୍ୟାଟ୍‌, ଏମ୍‌ବିଏ, ଏମ୍‌ସିଏ, ଏଲ୍‌ଇ-ଫାର୍ମା,ଏମ୍‌ ଫାର୍ମା, ଏମ୍‌ ଆର୍ଚ, ଏମ୍‌ ପ୍ଲାନ୍‌, ଏମ୍‌ ଟେକ୍‌ ଇତ୍ୟାଦି ରହିଛି । ସମସ୍ତ ବିଷୟ ବସ୍ତୁ ପାଇଁ କମ୍ପୁଟର ବେଶ୍ ପରୀକ୍ଷା ହୋଇଥିଲା । ରାଜ୍ୟର ସମସ୍ତ ଜିଲ୍ଲାରେ ମୋଟ ୫୭ ଟି କେନ୍ଦ୍ର ସହିତ ରାଜ୍ୟ ବାହାରେ ୩ଟି ସହର ଯଥା କଲିକତା, ପାଟଣା ଏବଂ ରାଞ୍ଚିରେ ପରୀକ୍ଷା କେନ୍ଦ୍ର ହୋଇଥିଲା ।

ଚଳିତବର୍ଷ ୬୫,୭୪୨ ପରୀକ୍ଷାର୍ଥୀ ଏନରୋଲମେଣ୍ଟ କରିଥିବା ବେଳେ ୫୬,୦୪୭ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। ସେଥିରୁ ୫୬,୦୦୦ ପରୀକ୍ଷାର୍ଥୀଙ୍କୁ ନିଜ ନିଜର ପ୍ରଦର୍ଶନ ଅନୁଯାୟୀ, ର଼୍ୟାଙ୍କ ମିଳିଛି।

Comments are closed.