ବ୍ରହ୍ମପୁର:ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଅନ୍ତର୍ଗତ ମୁଣ୍ଡକେରୀ ଗ୍ରାମରେ ଜ୍ବାଇଁର ଠେଙ୍ଗା ମାଡରେ ଶ୍ବଶୁରଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ଆପନା ବେହେରା (୬୫)। ଜ୍ବାଇଁ ଗଣପତି ବେହେରା (୪୫) ତାଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଗଣପତିଙ୍କ ଘର ପାତ୍ରପୁର ଗ୍ରାମରେ ହୋଇଥିଲେ ମଧ୍ୟ ମୁଣ୍ଡକେରୀ ଗ୍ରାମରେ ରହିବା ବ୍ୟବସ୍ଥା କରାଇଥିଲେ । ବୁଧବାର କୌଣସି କଥାକୁ ନେଇ ଶ୍ବଶୁର ଓ ଜ୍ବାଇଁଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ଏଥିରେ ଜ୍ବାଇଁ ଗଣପତି ଉତ୍ତ୍ୟକ୍ତ ହୋଇ ଶ୍ବଶୁର ଆପନାଙ୍କ ମୁଣ୍ଡକୁ ଏକ ଠେଙ୍ଗାରେ ମାଡ଼ ମାରିଥିଲେ । ଘଟଣାସ୍ଥଳରେ ହିଁ ଆପନାଙ୍କ ମୃତ୍ୟୁ ହୋଇଥିଲା । ପରିବାର ଲୋକେ ତାଙ୍କୁ ନିକଟସ୍ଥ ଡାକ୍ତରଖାନାକୁ ନେଇଥିଲେ ମଧ୍ୟ ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ । ଖବର ପାଇ ପୋଲିସ ଗାଁରେ ପହଞ୍ଚି ଗଣପତିଙ୍କୁ ଗିରଫ କରିଛି। ଏ ନେଇ ଥାନାରେ ୨୮୭/୨୨ରେ ଏକ ମାମଲା ରୁଜୁ କରାଯାଇଛି।
BREAKING NEWS
- ଦୁର୍ଗାପୂଜା ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ କେନ୍ଦ୍ରାଞ୍ଚଳ ଆଇଜି; ୧,୨୪୩ଟି ପୂଜା ମଣ୍ଡପରେ…
- ଲସ୍ ଆଞ୍ଜେଲସରେ ହେବ ‘ରାମାୟଣ’ର ୱାର୍ଲ୍ଡ ପ୍ରିମିୟର
- ମହାରାଷ୍ଟ୍ର ନବନିର୍ମାଣ ସେନା ମୁଖ୍ୟ ରାଜ ଠାକରେଙ୍କୁ ମୁମ୍ବାଇର ‘ଶିବତୀର୍ଥ’ ବାସଭବନରେ ଭେଟିଲେ ଅଭିନେତା ଆମିର ଖାଁ
- ରଣଜୀ ଟ୍ରଫି: ଓଡ଼ିଶାର ଭଲ ଆରମ୍ଭ ପରେ ମଜବୁତ ସ୍ଥିତିକୁ ଫେରିଲା କେରଳ, ସଚିନ୍ ବେବିଙ୍କ ଶତକ
- ବଲିଉଡ ଅଭିନେତା ଟାଇଗର ଶ୍ରଫଙ୍କ କାରକୁ ଗୁଳିମାଡ଼
- ଦକ୍ଷିଣ ଆଫ୍ରିକା-ଅଷ୍ଟ୍ରେଲିଆ ୨ୟ ଟେଷ୍ଟ୍ରେ ୧୦୦ ବର୍ଷର ଐତିହାସିକ ରେକର୍ଡ
- ଶୀତଳା ମାତା ମନ୍ଦିର ଦୁର୍ଘଟଣା; ଡ୍ରାଇଭରଙ୍କୁ ଜଣାନଥିଲା ରାସ୍ତା, ଗୁଗୁଲ୍ ମ୍ୟାପ୍ ପାଇଁ…
- ପ୍ରାଚୀନ ମିଶରରେ ବିରାଡ଼ିଙ୍କୁ ମାରିଲେ ମିଳୁଥିଲା ମୃତ୍ୟୁଦଣ୍ଡ — ଜାଣନ୍ତୁ କାହିଁକି ରହିଥିଲା ଏଭଳି କଡ଼ା କାନୁନ୍?
- ବାଲିଯାତ୍ରା ପଡ଼ିଆ ନିକଟରୁ ନାବାଳକ ମୃତଦେହ ଉଦ୍ଧାର, ହତ୍ୟା ଷଡ଼ଯନ୍ତ୍ର…
- ଭାରତ ସିରିଜ୍ରୁ ୨୮୫ କୋଟି ଟଙ୍କା ରୋଜଗାର, କିନ୍ତୁ ୱେଷ୍ଟଇଣ୍ଡିଜ୍ ପାଇବ ଶୂନ

Comments are closed.