ସମ୍ବଲପୁର: ମହାନଦୀକୁ ଡେଇଁ ନିଖୋଜ ଥିବା ବ୍ୟକ୍ତି ଉଦ୍ଧାର । ସମଲେଇ ମନ୍ଦିର ଘାଟରୁ ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ । ସେଲଫି ନେବାବେଳେ ସମ୍ବଲପୁର ଚାଉଁରପୁର ବ୍ରିଜ୍ ରୁ ଖସି ପଡିଥିଲେ । ସୂଚନାନୁସାରେ, ଆଜି ସକାଳେ ସମ୍ବଲପୁରରୁ ଏକ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଥିଲା । ଚାଉଁରପୁର ବ୍ରିଜ ଉପରୁ ଡେଇଁ ବ୍ୟକ୍ତି ଜଣକ ଆତ୍ମହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଥିଲା । ବ୍ରିଜ ଉପରେ ବ୍ୟକ୍ତି ଜଣଙ୍କ ସ୍କୁଟି ଥିବା ମଧ୍ୟ ଦେଖିବାକୁ ମିଳିଥିଲା । ଖବର ପାଇ ସ୍ଥାନୀୟ ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍ ମଧ୍ୟ ଆରମ୍ଭ କରିଥିଲେ । ଏବେ ସମଲେଇ ଘାଟରୁ ବ୍ୟକ୍ତି ଜଣଙ୍କୁ ଉଦ୍ଧାର କରାଯାଇଛି । ଏବଂ ଉଦ୍ଧାର ପରେ ସେଲଫି ନେବାବେଳେ ବ୍ୟକ୍ତି ଜଣଙ୍କ ଖସିପଡିଥିବା ସୂଚନା ମିଳିଛି ।
BREAKING NEWS
- Weather Update: ୧୩ ଓ ୧୪ରେ ତଳମୁହାଁ ହେବ ପାରଦ, ଓଡ଼ିଶାକୁ ପୁଣି ଥରାଇବ ଶୀତ
- Suspicious Drones: ଏଲଓସିରେ ଦେଖାଗଲା ପାକିସ୍ତାନୀ ଡ୍ରୋନ୍, ହାଇଆଲର୍ଟରେ ସୁରକ୍ଷା ବାହିନୀ
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
Comments are closed.