ଭୁବନେଶ୍ୱର: ଓଲିଉଡ ଅଭିନେତା ତଥା କେନ୍ଦ୍ରାପଡା ସାଂସଦ ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ହେବାକୁ ଯାଉଛି ବିବାହ ବିଚ୍ଛେଦ । ସ୍ୱାମୀ ଅନୁଭବଙ୍କ ବିରୋଧରେ ସେ କୋର୍ଟର ଦ୍ୱାରସ୍ଥ ହୋଇଛନ୍ତି । କଟକ ଏସ୍ଡିଜେଏମ୍ କୋର୍ଟରେ ମାମଲା ଦାୟର କରିଛନ୍ତି ବର୍ଷା । ପାରିବାରିକ ହିଂସା ନିରୋଧ ଆଇନ୍ ଧାରା-୧୨ ଅନୁଯାୟୀ ମାମଲା ଦାୟର ହୋଇଛି । ଅନୁଭବ ତାଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଦେଉଥିବା ନେଇ ସେ ଅଭିଯୋଗ କରିଛନ୍ତି । ସେ କୋର୍ଟରେ ଭରଣପୋଷଣ ପାଇଁ ଆବେଦନ କରିଛନ୍ତି ।
ଆସନ୍ତା ୭ ତାରିଖରେ ମାମଲାର ପ୍ରଥମ ଶୁଣାଣି ନେଇ ଦିନ ଧାର୍ଯ୍ୟ କରାଯାଇଛି । ବର୍ଷା ଅନୁଭବଙ୍କ ନିକଟରୁ ଘରଭଡ଼ା ବାବଦରେ ୨୦ ହଜାର ଟଙ୍କା, ମାସିକ ଭରଣପୋଷଣ ନିମନ୍ତେ ୫୦ ହଜାର ଟଙ୍କା, କ୍ଷତିପୂରଣ ବାବଦକୁ ୧୩ କୋଟି ଟଙ୍କା ଏବଂ ଚିକିତ୍ସା ଓ ରୋଜଗାର ହରାଇଥିବାରୁ ୨ କୋଟି ଟଙ୍କା କ୍ଷତିପୂରଣ ଦେବାକୁ ଦାବି କରିଛନ୍ତି । ସେପଟେ ଅଭିନେତା ଅନୁଭବ ମହାନ୍ତି କହିଲେ ବର୍ତ୍ତମାନ ସୁଦ୍ଧା କିଛି ଲିଗାଲ ନୋଟିସ ଆସିନି, ଆସିଲେ ଜଣାଇବି ।
ପୂର୍ବରୁ ବର୍ଷା ଓ ଅନୁଭବଙ୍କ ମଧ୍ୟରେ ସବୁ କିଛି ଠିକ ଚାଲିନଥିବା କଥା ଶୁଣିବାକୁ ମିଳିଥିଲା । ଦୁହେଁ ଅଲଗା ହେବାକୁ ମଧ୍ୟ ଚାହୁଁଥିବା ନେଇ ବିଭିନ୍ନ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଥିଲା । ଏପରିକି ଉଭୟଙ୍କ ମଧ୍ୟରେ ଫାଟ ସୃଷ୍ଟି ହୋଇଛି ଓ ନିଜଠାରୁ ଅଲଗା ରହିବାକୁ ଅନୁଭବ ବାରବାର ବର୍ଷାଙ୍କୁ ବାଧ୍ୟ କରୁଥିବାର ଖବର ବି ବେଶ ଚର୍ଚ୍ଚା ସୃଷ୍ଟି କରିଥିଲା ।
BREAKING NEWS
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
Comments are closed.