ନୂଆଦିଲ୍ଲୀ: ପୁଣି ଲୋକସଭା ବାଚସ୍ପତି ଭାବେ ନିର୍ବାଚିତ ହେଲେ ବିଜେପି ସାଂସଦ ଓମ୍ ବିର୍ଲା । ବାଚନିକ ଭୋଟରେ ଇଣ୍ଡିଆ ମେଣ୍ଟ ପ୍ରାର୍ଥୀ କେ. ସୁରେଶଙ୍କୁ ପରାଜିତ କରି ନିର୍ବାଚିତ ହୋଇଛନ୍ତି ଓମ୍ ବିର୍ଲା । ସେ ଲଗାତାର ଦ୍ବିତୀୟ ଥର ପାଇଁ ବାଚସ୍ପତି ପଦ ସମ୍ଭାଳିଛନ୍ତି । ଏନେଇ କାମଚଳା ବାଚସ୍ପତି ଭର୍ତ୍ତୁହରି ମହାତାବ ଘୋଷଣା କରିଛନ୍ତି ।
ଏହାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳର ନେତା ରାହୁଲ ଗାନ୍ଧି ଓମ୍ ବିର୍ଲାଙ୍କୁ ନିଜ ଆସନ ଯାଏଁ ନେଇ ଦାୟିତ୍ୱ ଗ୍ରହଣ କରାଇଛନ୍ତି । ଏହା ସହ ଗୃହରେ ଓମ୍ ବିର୍ଲାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି ଓ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ।
Comments are closed.