ଯାଜପୁର : ଆଜି ପବିତ୍ର ମହାଳୟା । ଏହି ଅବସରରେ ପିତୃପୁରୁଷଙ୍କୁ ପିଣ୍ଡଦାନ କରିବାର ସ୍ୱତନ୍ତ୍ର ପରମ୍ପରା ରହିଛି । ବିଶେଷକରି ଆଜିର ଦିନରେ ପିଣ୍ଡଦାନ କଲେ ପିତୃପୁରଷଙ୍କ ମୋକ୍ଷ ଲାଭ ହୋଇଥାଏ ବୋଲି ବିଶ୍ୱାସ ରହିଛି । ଏଥିପାଇଁ ଆଜି ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ପୀଠରେ ଥିବା ନାଭିଗୟାରେ ପିଣ୍ଡଦାନ ପାଇଁ ସକାଳୁ ସକାଳୁ ପ୍ରବଳ ଶ୍ରଦ୍ଧାଳୁଙ୍କ ଭିଡ ଦେଖିବାକୁ ମିଳିଛି।
ଦୁରଦୁରାନ୍ତରୁ ଶ୍ରଦ୍ଧାଳୁ ମାନେ ଆସି ପିତୃପୁରୁଷଙ୍କୁ ପିଣ୍ଡଦାନ କରୁଛନ୍ତି । ସେପଟେ ଆସନ୍ତାକାଲିଠାରୁ ମା ବିରଜାଙ୍କ ପୀଠରେ ଗଡିବ ରଥ । ରଥଯାତ୍ରା ପାଇଁ ରଥ ପ୍ରସ୍ତୁତି କାର୍ଯ୍ୟ ପ୍ରାୟ ଶେଷ ପର୍ଯ୍ୟାୟରେ ପହଁଚିଛି। ପ୍ରବଳ ଭକ୍ତଙ୍କ ଗହଳିକୁ ଦୃଷ୍ଟିରେ ରଖି ମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।
Comments are closed.