Latest Odisha News

ରାଜ୍ୟରେ କରୋନାରେ ଆଉ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ କରୋନାରେ ଆଉ ଜଣଙ୍କ ମୃତ୍ୟୁ ହୋଇଛି । ଗତ ୨୪ଘଣ୍ଟା ଭିତରେ ରାଜ୍ୟରେ ୨୨୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ଆଉ ଜଣେ କରୋନା ସଂକ୍ରମିତ ହୋଇ ମୃତ୍ୟୁବରଣ କରିଛନ୍ତି ।

ମୃତକ ଜଣକ ଖୋର୍ଦ୍ଧା ଜିଲ୍ଲାର ବୋଲି ଜଣାପଡ଼ିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮ହଜାର ୪୫୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.