ଭୁବନେଶ୍ୱର: ରାଜ୍ୟରେ କରୋନାରେ ଗଲା ଆଉ ଏକ ଜୀବନ । ଗତ ୨୪ଘଣ୍ଟା ମଧ୍ୟରେ ୧୫୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହା ମଧ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକ ଜଣକ ଯାଜପୁରର ବୋଲି ଜଣାପଡ଼ିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ଯାଜପୁରରୁ ୧୦୪ ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮ହଜାର ୪୪୮କୁ ବୃଦ୍ଧି ପାଇଛି ।
Comments are closed.