ପାରାଦୀପ: କଟକ-ପାରାଦୀପ ମୁଖ୍ୟ ରାସ୍ତାର ଲୋକନାଥ ଗଡା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ଏକ ଟ୍ରକ୍ ପଛରେ କାର୍ ପିଟି ହେବା ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ସାରଦା ପ୍ରସନ୍ନ ସ୍ୱାଇଁ । ତାଙ୍କ ଘର ପାରାଦୀପ ନୂଆ ବଜାର ଅଚଂଳରେ ବୋଲି ଜଣାପଡିଛି । ସେପଟେ ଅନ୍ୟ ତିନି ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।
ସୂଚନା ମୁତାବକ, ଗତ ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି । ଏକ ଟ୍ରକ୍ଟି ଲୋକନାଥ ଗଡା ନିକଟ ରାସ୍ତାକଡରେ ଠିଆ ହୋଇଥିଲା । ଏହି ସମୟରେ ଏକ କାର୍ ଆସି ତା’ପଛରେ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ହିଁ ସାରଦାଙ୍କ ମୃତ୍ୟୁ ହୋଇଥିଲା । ପୋଲିସ ପହଂଚି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଆହତଙ୍କୁ ଡାକ୍ତର ଖାନାକୁ ପଠାଇଛି । ସେପଟେ ଦୁର୍ଘଟଣା ପରେ ଟ୍ରକ୍ଟି ଫେରାର ହୋଇଯାଇଥିବା ଜଣାପଡିଛି ।
BREAKING NEWS
- Men’s Hockey India League 2026: ଘରୋଇ ଗ୍ରାଉଣ୍ଡରେ କଳିଙ୍ଗ ଲାନସର୍ସର ବୃହତ ବିଜୟ, ଟପ୍ -୪ରେ ସ୍ଥାନ କଲା ପକ୍କା
- Mahanadi Water Dispute: ଛତିଶଗଡ଼ ଯିବେ ରାଜ୍ୟ ସରକାରଙ୍କ ମହାନଦୀ କମିଟି
- Cross-Border Arms Terror Module: ପାକିସ୍ତାନରୁ ପଠାଯାଇଥିବା ବିପୁଳ ଅସ୍ତ୍ରଶସ୍ତ୍ର ଉଦ୍ଧାର;କ୍ଷେତରେ ଲୁଚାଯାଇଥିଲା…
- ସସପେନ୍ସ ଭିତରେ ସସପେଣ୍ଡ୍…ହେଲେ କଳି ଗଲାଣି ବଳି
- Brown sugar Seized; ଚାଲିଥିଲା ବ୍ରାଉନସୁଗାର ଡିଲ୍; ମାଡ଼ି ବସିଲା ପୋଲିସ, ୨ ଗିରଫ
- ଇନ୍ଦୋରରେ ବ୍ୟାଟ୍ସମ୍ୟାନଙ୍କ ଭୂସ୍ୱର୍ଗରେ ଟିମ ଇଣ୍ଡିଆ ପଲା ଭାରୀ
- Phulbani Accident: ଦୁର୍ଘଟଣାରେ ଜଳିଗଲା ଅଟୋ-କାର୍;ଜଣେ ଜୀବନ୍ତ ଦଗ୍ଧ,ଗୁରୁତର ମେଡିକାଲ୍ରେ …
- ଖଣ୍ଡଗିରି ମେଳା ପାଇଁ ସ୍ବତନ୍ତ୍ର ପ୍ରସ୍ତୁତି; ଲାଗିବ ୧୦୦ ସିସିଟିଭି, ରହିବ ବ୍ୟାପକ ପୋଲିସ ବ୍ୟବସ୍ଥା
- ମ୍ୟାଚ ଜିତାଇବ ବୋଲି କହି ଫସିଲେ ତାନ୍ତ୍ରିକ: ଟିମ ହାରିଲା ଦେଲେ ୩୬ ଲକ୍ଷ
- ଶିବ ମନ୍ଦିର ଭିତରୁ ପୂଜକଙ୍କ ମୃତଦେହ ଉଦ୍ଧାର
Comments are closed.