ରାଉରକେଲା:ରାଉରକେଲା ବିମାନ ଦୁର୍ଘଟଣାରେ ଗୁରୁତର ସୁଶାନ୍ତ ବିଶ୍ୱାଳ ଆଖି ବୁଜିଛନ୍ତି । ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ସୂଚନାଥାଉକି,ଗତ ଶନିବାର(୧୦ ତାରିଖ) ଭୁବନେଶ୍ୱରରୁ ରାଉରକେଲା ଯାଉଥିବା ଏକ ୯ ସିଟ୍ ବିଶିଷ୍ଟ ଇଣ୍ଡିଆ ଓ୍ବାନ୍ ଏୟାର ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଜଲଦା କାଏଁସର ଗ୍ରାମର ଏକ ପଡ଼ିଆ ନିକଟରେ ଏହି ଦୁର୍ଘଟଣା ହୋଇଥିଲା ।
ଏହି ଦୁର୍ଘଟଣାରେ ପାଇଲଟଙ୍କ ସହ ୬ ଆହତ ହୋଇଥିଲେ । ୪ ଜଣ ଯାତ୍ରୀ ଓ ୨ ଜଣ କ୍ରିଉ ସଦସ୍ୟ ଥିଲେ । ଆହତ ୪ ଜଣ ଯାତ୍ରୀଙ୍କ ମଧ୍ୟରେ ସୁଶାନ୍ତ କୁମାର ବିଶ୍ୱାଳ, ଅନୀତା ସାହୁ, ସୁନୀଲ ଅଗ୍ରୱାଲ, ସବିତା ଅଗ୍ରୱାଲ ଥିଲେ । ୨ କ୍ରିଉ ସଦସ୍ୟ ଥିଲେ କ୍ୟାପ୍ଟେନ ନବୀନ କାଡ଼ଙ୍ଗା, କ୍ୟାପ୍ଟେନ ତରୁଣ ଶ୍ରୀବାସ୍ତବ । ତେବେ ଦୁର୍ଘଟଣା ପରେ ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ କରି ଆହତ ଯାତ୍ରୀଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସୁଶାନ୍ତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ମୁମ୍ବାଇ ଏୟାର ଲିଫ୍ଟି ବେଳେ ସୁଶାନ୍ତଙ୍କ ମୃତ୍ୟୁ ଘଟିଛି ।