Latest Odisha News

BREAKING NEWS

କଟକରେ ଗୋଷ୍ଠୀ ସଂଘର୍ଷ, ଜଣେ ମୃତ ଓ ୧୦ ଆହତ

କଟକ: କଟକ ଜିଲ୍ଲା ନରସିଂହପୁର ଅନ୍ତର୍ଗତ ସାଗର ଓ ପାଞ୍ଚଗୋଛିଆ ଗ୍ରାମ ମଧ୍ୟରେ ହୋଇଥିବା ଗୋଷ୍ଠୀ ସଂଘର୍ଷରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ପ୍ରାୟ ୧୦ରୁ ଅଧିକ ବ୍ୟକ୍ତି ଆହତ ହୋଇଛନ୍ତି ।

ମୃତକ ଜଣକ ହେଲେ ସାଗର ଗ୍ରାମର ଶ୍ରୀଧର ସାମଲ (୪୪) । ଅପରପକ୍ଷରେ ଆହତମାନଙ୍କୁ ନରସିଂହପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବାବେଳେ ସେମାନଙ୍କ ମଧ୍ୟରେ ହରିହର ବେହେରା ଓ ସଦାନନ୍ଦ ପ୍ରଧାନଙ୍କ ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ ରହିଛି । ପରବର୍ତ୍ତୀ ସମୟରେ ଉଭୟଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଥିବା ନେଇ ସୂଚନା ମିଳିଛି ।

ମିଳିଥିବା ସୂଚନାନୁଯାୟୀ ଏହି ସଂଘର୍ଷ ବେଳେ ଗ୍ରାମବାସୀ ପରସ୍ପରକୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିବା ଜଣାପଡିଛି ।

ତେବେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିବା ସହ ତଦନ୍ତ ଆରମ୍ଭ କରିଛି ।

Leave A Reply

Your email address will not be published.