Latest Odisha News

ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ, ୮୩ରେ ପହଂଚିଲା ଆକ୍ରାନ୍ତ ସଂଖ୍ୟା

ଭୁବନେଶ୍ୱର: ଯାଜପୁରରୁ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ତାଙ୍କ ବୟସ ୩୮ ବର୍ଷ । ସଂକ୍ରମିତ ବ୍ୟକ୍ତିି ଜଣଙ୍କର ପଶ୍ଚିମବଙ୍ଗ ଲିଙ୍କ ରହିଥିବା ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି । ଏହାକୁ ମିଶାଇ ରାଜ୍ୟରେ କରୋନା ଅକ୍ରାନ୍ତଙ୍କ ସଂଖ୍ୟା ୮୩ରେ ପହଂଚିଛି ।

ଆଜି ଗୋଟିଏ ଦିନରେ ୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଜି ସକାଳେ ଭଦ୍ରକରୁ ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ । ଏ ସମସ୍ତଙ୍କର ମଧ୍ୟ କୋଲକତା ଲିଙ୍କ ରହିଥିବା ଜଣାପଡିଛି ।

Leave A Reply

Your email address will not be published.