Latest Odisha News

BREAKING NEWS

ବାଲେଶ୍ୱରରୁ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ, ମୋଟ ସଂଖ୍ୟା ୧୬୧ ଛୁଇଁଲା

ଭୁବନେଶ୍ୱର : ରାଜ୍ୟରେ ପୁଣି ଆଉ ଜଣେ କରୋନା ପଜିଟିଭ୍ ରୋଗୀ ଚିହ୍ନଟ । ଆକ୍ରାନ୍ତ ଜଣଙ୍କ ବାଲେଶ୍ୱର ଜିଲ୍ଲାର ବୋଲି ସୂଚନା ଦେଇଛି ସୂଚନା ଓ ଲୋକ ସମ୍ପର୍କ ବିଭାଗ ।

ଆକ୍ରାନ୍ତଙ୍କ ବୟସ ୩୪ ବର୍ଷ ହୋଇଥିବା ବେଳେ ସେ କୋଲକାତାରୁ ଫେରିଥିବା ଟ୍ୱିଟରରେ ସୂଚନା ଦିଆଯାଇଛି । କୋଲକାତାରୁ ଫେରିବା ପରେ କ୍ୱାରେଣ୍ଟାଇନ ସେଣ୍ଟରରେ ଥିଲେ । ତେବେ ପଜିଟିଭ୍ ଚିହ୍ନଟ ପରେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ପ୍ରଶାସନ ପକ୍ଷରୁ ଚିହ୍ନଟ କରାଯାଉଛି ।

ଏହି ନୂଆ କରୋନା ରୋଗୀଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ପଜିଟିଭଙ୍କ ସଂଖ୍ୟା ୧୬୧ରେ ପହଞ୍ଚିଛି । ଆଜି ସକାଳେ ତିନି କରୋନା ପଜିଟିଭ ରୋଗୀ ଚିହ୍ନଟ ହୋଇଥିଲେ । ଏମାନଙ୍କ ମଧ୍ୟରୁ ଦୁଇ ଜଣ ଗଂଜାମର ଯେ କି ସୁରତରୁ ଫେରିଥିଲେ । ଅନ୍ୟ ଜଣେ କରୋନା ପଜିଟିଭ ଝାରସୁଗୁଡା ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.