Latest Odisha News

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ମୋଟ୍ ସଂଖ୍ୟା ୧୨ ଛୁଇଁଲା

ଭୁବନେଶ୍ୱର: ଓଡିଶାରେ ଆଉ ଜଣେ କୋଭିଡ-୧୯ ରୋଗୀଙ୍କ ମୃତ୍ୟୁ ପରେ ମୋଟ୍ ସଂଖ୍ୟା ୧୨କୁ ବୃଦ୍ଧି ପାଇଛି ।

ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ସ୍ୱାସ୍ଥ୍ୟ ବିଭାଗର ଟ୍ୱିଟ୍ ଅନୁଯାୟୀ ପୁରୀ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ କରୋନା ଆକ୍ରାନ୍ତ ବ୍ୟକ୍ତି ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କର ମୃତ୍ୟୁ ଘଟିଛି।

ତେବେ ସେ ଫୁସଫୁସ ଜନିତ ରୋଗରେ ପିଡିତ ଥିଲେ ବୋଲି ଟ୍ୱିଟରେ ଉଲ୍ଲେଖ ରହିଛି।

Comments are closed.