Latest Odisha News

BREAKING NEWS

ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ଉପରମୁହାଁ ହେଉଛି । ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୬୮୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହି ମଧ୍ୟରେ ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

BjdElectrycity

ମୃତକ ଜଣକ ହେଲେ ବାଲେଶ୍ୱର ଜିଲ୍ଲାର । ୫୦ ବର୍ଷୀୟ ବ୍ୟକ୍ତି କରୋନା ପଜିଟିଭ୍ ହୋଇ ମୃତ୍ୟୁବରଣ କରିଥିବା ସୂଚନା ମିଳିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮ହଜାର ୪୬୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.