ଭୁବନେଶ୍ୱର: ରାଜ୍ୟରେ ବୁଧବାର ଦିନ ଦିନ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣଙ୍କ ଭୁବନେଶ୍ୱର ମଧୁସୂଦନ ନଗରର ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର ବିଭାଗ ପକ୍ଷରୁ ଜଣାପଡିଛି।
ଏହାକୁ ମିଶାଇ ଓଡ଼ିଶାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୧୯ରେ ପହଞ୍ଚିଛି।
ସଦ୍ୟତମ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବ୍ୟକ୍ତି ଜଣଙ୍କ ୭୭ ବର୍ଷୀୟ ବୃଦ୍ଧ ହୋଇଥିବା ବେଳେ ସେ ୪୧ ନମ୍ବର ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ଜଣାପଡିଛି । ଏହାସହ ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୪୭ ରେ ପହଞ୍ଚିଛି ।
ସ୍ୱାସ୍ଥ୍ୟ ବିଭାଗର ତଥ୍ୟ ଅନୁଯାୟୀ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୮୦ ଜଣ ଚିକିତ୍ସାଧୀନ ଥିବା ବେଳେ ୩୮ ଜଣ ସୁସ୍ଥ ହୋଇଛନ୍ତି ଓ ଜଣେ ବ୍ୟକ୍ତି ଏହି ମହାମାରୀରେ ପ୍ରାଣ ହରାଇଛନ୍ତି ।
Comments are closed.