Latest Odisha News

BREAKING NEWS

ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ: ଆଜିଠୁ ବଢିବ ବର୍ଷାର ପରିମାଣ

ଭୁବନେଶ୍ବର: ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ  । ଆଜିଠୁ ବଢିବ ବର୍ଷାର ପରିମାଣ ଓ ବିସ୍ତୃତି  । କିଛି ଜିଲ୍ଲାରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି  । ୫ ଜିଲ୍ଲାର କିଛି  ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଆଶଙ୍କା ରହିଛି  । ଏଥିଲାଗି ପୁରୀ , ଖୋର୍ଦ୍ଧା , କଟକ, ଅନୁଗୁଳ ଓ ସମ୍ବଲପୁର ଜିଲ୍ଲା ପାଇଁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି  । ସେହିପରି ବାଲେଶ୍ବର , ଭଦ୍ରକ , ଯାଜପୁର , କେନ୍ଦ୍ରାପଡା, ଜଗସିଂହପୁର , ନୟାଗଡ , ଗଞ୍ଜାମ , ଗଜପତି , ସୋନପୁର, ନବରଙ୍ଗପୁର ଆଦି ଜିଲ୍ଲାରେ  ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ସେପଟେ ଆସୁଛି ଆଉ ଏକ ଲଘୁଚାପ  । ଆସନ୍ତାକାଲି ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର  ସୃଷ୍ଟି ହେବାର ସମ୍ଭାବନା ରହିଛି  । ଯାହାର ପ୍ରଭାବରେ ଦୁଇ ଦିନ ଧରି ରାଜ୍ୟର କିଛି ସ୍ଥାନରେ  ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଉତ୍ତର ପୂର୍ବ ଓ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି  । ଯାହା ଆସନ୍ତାକାଲି ଲଘୁଚାପ କ୍ଷେତ୍ରରେ ପରିଣତ ହେବ  ।

ତେବେ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡିକର ତଳିଆ ଅଞ୍ଚଳରେ  ପାଣି ଜମି ଜଳବନ୍ଦୀ ସ୍ଥିତି ଉପୁଜିପାରେ  । କଚ୍ଚା ଘର ଓ ରାସ୍ତା ମଧ୍ୟ କ୍ଷତିଗ୍ରସ୍ତ ହେବାର ଆଶଙ୍କା ରହିଛି । ଆସନ୍ତାକାଲି ଉପକୂଳ ଓଡିଶା ଓ ଆଭ୍ୟନ୍ତରୀଣ ଓଡିଶାର କିଛି ସ୍ଥାନରେ ଭାରୀ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ  ।

Comments are closed.