Latest Odisha News

ଯାଜପୁରରେ ଆଉଜଣେ କରୋନା ପଜିଟିଭ୍ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୭୬କୁ ବୃଦ୍ଧି

ଯାଜପୁର: ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହି ଆକ୍ରାନ୍ତ ଜଣକ ଯାଜପୁର ଜିଲ୍ଲାର ବୋଲି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ମାଧ୍ୟମରେ ସୂଚନା ପ୍ରଦାନ କରାଯାଇଛି ।

ଆଜି ଗୋଟିଏ ଦିନରେ ଓଡ଼ିଶାରେ ୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ବାଲେଶ୍ୱର ଜିଲ୍ଲାରୁ ୩ ଜଣ, ଗଞ୍ଜାମ, କଟକ, ଯାଜପୁର ଏବଂ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଥିବାର ଜଣାପଡ଼ିଛି ।

ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୬କୁ ବୃଦ୍ଧି ପାଇଛି ।

Leave A Reply

Your email address will not be published.