ଭୁବନେଶ୍ୱର: ଆଜି ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୩ ପଜିଟିଭଙ୍କ ମଧ୍ୟରୁ ଭୁବନେଶ୍ୱରର ଜଣେ ଅଛନ୍ତି। ଆକ୍ରାନ୍ତ ଜଣକ ଡମଣା ଅଞ୍ଚଳର ଜଣେ ୨୫ ବର୍ଷୀୟ ଯୁବକ । ଏ ନେଇବିଏମ୍ସି ଟ୍ୱିଟ କରି ସୂଚନା ଦେଇଛି ।
ସେ ମୁମ୍ବାଇରୁ ଫେରିଥିଲେ। ମୁମ୍ବାଇରୁ ଫେରିବା ପରେ ହୋମ୍ କ୍ୱାରେଣ୍ଟିନରେ ଥିଲେ। ପଜିଟିଭ୍ ବାହାରିବା ପରେ ତାଙ୍କର କଣ୍ଟାକ୍ଟ ଟ୍ରେସିଂ ଚାଲିଛି। ତାଙ୍କ ଆଖପାଖ ଘରକୁ ସାନିଟାଇଜ୍ କରାଯାଉଛି।
ଏହାକୁ ମିଶାଇ ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୯ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୫୩ ଜଣ ସୁସ୍ଥ ହୋଇସାରିଥିବା ବେଳେ ୩୩ ଜଣ ଚିକିତ୍ସାଧୀନ ଅଛନ୍ତି। ତିନି ଜଣଙ୍କର ମୃତ୍ୟୁ ହୋଇଛି ।
Comments are closed.